Latest Odisha News

BREAKING NEWS

ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଆସିବ ସ୍ୱତନ୍ତ୍ର ଆଇନ

ଭୁବନେଶ୍ବର : ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୂଚନା ଦେଇଛନ୍ତି । ସେ ଏକାମ୍ରକ୍ଷେତ୍ର ବିକାଶ ବୁଲି ଦେଖିବା ସହ ସେବାୟତଙ୍କ ସହ ଆଲୋଚନା କରିଥିଲେ ।

ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଏହା ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିପାରିବ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବି.ଏମ୍‌.ସି କମିଶନର ପ୍ରେମଚାନ୍ଦ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.