Latest Odisha News

BREAKING NEWS

ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ;ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର:ଇସିଆଇଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ରାଜ୍ୟବ୍ୟାପୀ ଏକ ସ୍ୱତନ୍ତ୍ର ଅଭିଯାନ ଆୟୋଜନ କରାଯାଇଥିଲା। ଅକ୍ଟୋବର ୭ ରୁ ୯ ତିନିଦିନିଆ ସ୍ୱତନ୍ତ୍ର ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୋଟ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରଗୁଡ଼ିକ ମାଧ୍ୟମରେ ଯୋଗ୍ୟ ନାଗରିକମାନଙ୍କୁ ଭୋଟର ତାଲିକାରେ ନାମ ପଞ୍ଜୀକରଣ ସମ୍ପର୍କରେ ସଚେତନ କରିବା ସହ ଆବଶ୍ୟକ ଆବେଦନପତ୍ର ଦାଖଲ କରିବାର ସୁବିଧା ଯୋଗାଇ ଦିଆଯାଇଥିଲା।

ଏହି ସ୍ୱତନ୍ତ୍ର ଅଭିଯାନ ସମୟରେ ଭୋଟର ତାଲିକାରେ ନାମ ସାମିଲ ହୋଇପାରି ନଥିବା ଯୋଗ୍ୟ ଭୋଟରମାନଙ୍କଠାରୁ ୧,୪୪୮ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ କରାଯାଇଥିଲା । ଏଥିସହ ନୂତନ ଓ ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ କରାଯାଇଛି। ଏହିପରି ମୋଟ ୩୩,୫୧୫ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ କରାଯାଇଛି।

ଅକ୍ଟୋବର ମାସ ଶେଷ ପର୍ଯ୍ୟନ୍ତ ବୁଥସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ଘରକୁ ଘର ପରିଦର୍ଶନ କାର୍ଯ୍ୟ ଜାରି ରହିବ। ଏହି ଅବଧି ମଧ୍ୟରେ ବିଏଲଓମାନେ ଘରକୁ ଘର ଯାଇ ଯୋଗ୍ୟ ନାଗରିକମାନଙ୍କୁ ଭୋଟର ତାଲିକାରେ ନାମ ପଞ୍ଜୀକରଣ, ନାମ ସାମିଲ ଏବଂ ଆବଶ୍ୟକ ସଂଶୋଧନ ସମ୍ପର୍କରେ ସଚେତନ କରିବା ସହ ଆବଶ୍ୟକ ମାର୍ଗଦର୍ଶନ ପ୍ରଦାନ କରିବେ। ଖାସ୍ କରି ଏସଆଇଆର ସମୟରେ ଭୋଟର ତାଲିକାରେ ନାମ ସାମିଲ ହୋଇପାରି ନଥିବା ଯୋଗ୍ୟ ନାଗରିକ ଏବଂ ନୂତନ ଯୋଗ୍ୟ ଯୁବକଯୁବତୀମାନଙ୍କୁ ଫର୍ମ-୬ ମାଧ୍ୟମରେ ଆବେଦନ କରିବା ପାଇଁ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯିବ।

Leave A Reply

Your email address will not be published.