Latest Odisha News

BREAKING NEWS

ଉଦଘାଟିତ ହେଲା ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪ ଭୁବନେଶ୍ୱର ସ୍ଥିତ ଏକାମ୍ର ହାଟ ଠାରେ ଆୟୋଜନ କରାଯାଇଅଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ତନ୍ତବାୟ ସମିତି/ ସ୍ୱୟଂ ସହାୟକ ଗୋଷ୍ଠୀ ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି କରି ବୁଣାକାରଙ୍କୁ ନିୟମିତ କାମ ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ POHI-୨୦୨୩-୨୪ ଯୋଜନାରେ ଏହା ଅନୁଷ୍ଠିତ ହୋଇଅଛି ।

ଏହି ମେଳାକୁ ଆଜି ପୂର୍ବାହ୍ନରେଓ ଡିଶା ବୟନ ଓ ହସ୍ତତନ୍ତ ବିଭାଗର ନିର୍ଦ୍ଦେଶକ ପ୍ରଣତି ଛୋଟରାୟ ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ, କଟକ, ସୋନପୁର, ଆଠଗଡ, ବାରିପାଦା, ବାଲେଶ୍ୱର, ପାଟଣାଗଡ, ନୟାଗଡ, ଖୋର୍ଦ୍ଧା, କୋରାପୁଟ ଓ ବୌଦ୍ଧ ବୟନ ମଣ୍ଡଳମାନଙ୍କରୁ ୩୩ଗୋଟି ତନ୍ତବାୟ ସମିତି/ ସ୍ୱୟଂ ସହାୟକ ଗୋଷ୍ଠୀର ବୁଣାକାର ସେମାନଙ୍କର ଉତ୍ପାଦିତ ଲୁଗାର ପ୍ରଦର୍ଶନୀ ଓ ବିକ୍ରୟ କରିବାପାଇଁ ଯୋଗଦାନ କରିଛନ୍ତି ।

ଏଥିପାଇଁ ସେମାନଙ୍କୁ ୩୪ଗୋଟି ଦେୟମୁକ୍ତ ଷ୍ଟଲ ପ୍ରଦାନ କରାଯାଇଅଛି । ଏହି ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଆସନ୍ତା ତା.୩୧.୦୩.୨୦୨୪ ପଯ୍ୟନ୍ତ ଚାଲୁରହିବ । ତା.୧୫.୦୩.୨୦୨୪ରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ମେଳାରେ ଗ୍ରାହକମାନେ ରାଜ୍ୟର ବିଭିନ୍ନ ପ୍ରାନ୍ତର ଉପିାଦିତ ହସ୍ତତନ୍ତ ଲୁଗା ସୁଲଭ ମୂଲ୍ୟରେ ୧୦% ସରକାରୀ ରିହାତିରେ କିଣିପାରିବେ । ଏହାର ସୁଯୋଗ ନେବା ପାଇଁ ସମିତି ତରଫରୁ ଗ୍ରାହକମାନଙ୍କୁ ଅନୁରୋଧ କରାଯାଉଅଛି ।

 

 

Leave A Reply

Your email address will not be published.