Latest Odisha News

BREAKING NEWS

ପୁରୀ ରେ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଉଦଘାଟିତ

ପୁରୀ:ରାଜ୍ୟ ସରକାରଙ୍କ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା  ପୁରୀ ସ୍ଥିତ ନୀଳାଚଳ ହାଟ ଠାରେ ଉଦଘାଟିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ବୁଣାକାର, କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି କରି ବୁଣାକାରଙ୍କୁ ନିୟମିତ କାମ ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ପିଓଏଚଆଇ୨୦୨୨-୨୩ ଯୋଜନା ରେ ଏହା ଅନୁଷ୍ଠିତ ହୋଇଅଛି । ଏହି ମେଳାକୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ଉଦଘାଟନ କରିଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ସମ୍ବଲପୁରୀ ବସ୍ତ୍ରାଳୟର ପରିଚାଳନା ନିର୍ଦ୍ଦେଶକ ଶିଶିର କୁମାର ନାଗ, ସହକାରୀ ନିର୍ଦ୍ଦେଶକ ଶ୍ରୀକାନ୍ତ ଶ୍ରୀଚନ୍ଦନ ,ବାଣିଜ୍ୟ ଅଧିକାରୀ ହେମନ୍ତ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏଥିରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ବରଗଡ଼, କଟକ, ସୋନପୁର, ଆଠଗଡ, ବାରିପଦା, ନୟାଗଡ଼ ଓ ବୌଦ୍ଧ ବୟନ ମଣ୍ଡଳ ମାନଙ୍କରୁ ୧୫ ଗୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ର ବୁଣାକାର ସେମାନଙ୍କ ବସ୍ତ୍ର ର ପ୍ରଦର୍ଶନ ଓ ବିକ୍ରୟ ପାଇଁ ଯୋଗଦାନ କରିଛନ୍ତି । ସେହିପରି ୧୮ ଜଣ ହସ୍ତଶିଳ୍ପ କାରିଗର ଯୋଗ ଦେଇଛନ୍ତି।ଏହି ମେଳା ଚଳିତ ମାସ ୩୧ ତାରିଖ ପର‌୍ୟ୍ୟନ୍ତ ଚାଲିବ।

Leave A Reply

Your email address will not be published.