Latest Odisha News

BREAKING NEWS

କୁମାର ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତି

ପୁରୀ : ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରିବେ । ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ ।

ସେପଟେ ଆସନ୍ତାକାଲି ଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହେଉଥିବା ବେଳେ ଯେଉଁ ହବିଷ୍ୟାଳୀ ମାନେ କାର୍ତ୍ତିକ ବ୍ରତ ପାଳନ କରିବେ ସେମାନେ ଆଜି ସଙ୍କଳ୍ପ କରିଛନ୍ତି ।  ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ସହ ସୁରୁଖୁରୁରେ ମହାପ୍ରସାଦ ପାଇ ପାରିବେ ସେନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

Leave A Reply

Your email address will not be published.