Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଯାଇଛି ।

ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ । ଏହା ପରେ ଶ୍ରୀବିଗ୍ରହ ମାନଙ୍କୁ ନୂଆ ଲୁଗା ପରିଧାନ ଓ ଚନ୍ଦନ ଲାଗି କରାଯିବ ।

ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବେ । ସେଠାରେ ସ୍ୱତନ୍ତ୍ର ନୀତି ପରିଚର୍ଯ୍ୟା ପରେ ବେଢା ପରିକ୍ରମଣ କରିବେ ।

ଆସନ୍ତାକାଲି ଅର୍ଥାତ୍ ବୁଧବାର ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସହ ଶ୍ରୀନଅରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ ପାଳନ କରାଯିବ ।

Leave A Reply

Your email address will not be published.