Latest Odisha News

BREAKING NEWS

ଭୁବନେଶ୍ୱର ଓ ବାଙ୍ଗିରିପୋସି ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ

ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ପାଇଁ ଭୁବନେଶ୍ୱର ଏବଂ ବାଙ୍ଗିରିପୋସି ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି।

୦୨୮୯୨ ଭୁବନେଶ୍ୱର-ବାଙ୍ଗିରିପୋସି ସ୍ପେଶାଲ ୧୨ ଜାନୁୟାରୀରୁ ୨୮ ଫେବୃଆରୀ, ୨୦୨୧ ମଧ୍ୟରେ ଭୁବନେଶ୍ୱରରୁ ପ୍ରତିଦିନ ସନ୍ଧ୍ୟା ୭ଘ.୩୦ମି.ରେ ଛାଡି ବାଙ୍ଗିରିପୋସିରେ ରାତ୍ର ୧୨ଘ.୦୫ମି.ରେ ପହଞ୍ଚିବ।

ସେହିପରି ଫେରିବା ମାର୍ଗରେ ୦୨୮୯୧ ବାଙ୍ଗିରିପୋସି-ଭୁବନେଶ୍ୱର ସ୍ପେଶାଲ ୧୩ ଜାନୁଆରୀରୁ ୧ ମାର୍ଚ୍ଚ, ୨୦୨୧ ମଧ୍ୟରେ ବାଙ୍ଗିରିପୋସିରୁ ପ୍ରତିଦିନ ଭୋର ୪ଘ.୨୦ମି.ରେ ଛାଡି ଭୁବନେଶ୍ୱର ରେ ପୂର୍ବାହ୍ନ ୧୦ ଘଟିକାରେ ପହଞ୍ଚିବ।

ଏହି ଟ୍ରେନ୍ ଉଭୟ ଦିଗରୁ ଭୁବନେଶ୍ୱର ଏବଂ ବାଙ୍ଗିରିପୋସି ମଧ୍ୟରେ କଟକ, ଯାଜପୁର କେନ୍ଦୁଝର ରୋଡ଼, ଭଦ୍ରକ, ମାର୍କୋଣା, ସୋରୋ, ବାଲେଶ୍ୱର, ରୂପସା, ଠାକୁରତୋଟା, ଜଗପୁରା, ଜୋଗଲ୍, ବେତନଟୀ, କୃଷ୍ଣଚନ୍ଦ୍ରପୁର ଏବଂ ବାରିପଦା ଷ୍ଟେସନ ମାନଙ୍କରେ ରହଣି କରିବ ।

Leave A Reply

Your email address will not be published.