Latest Odisha News

BREAKING NEWS

ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁନଃ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ: କ୍ରୀଡା ମନ୍ତ୍ରୀ

ଭୁବନେଶ୍ବର: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ କ୍ରୀଡା ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଖୁବ ଶୀଘ୍ର ଉତ୍କଳ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ ।

ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ ପୁଣିଥରେ ବିଶ୍ୱବିଦ୍ୟାଳୟରେ ଯୋଗ ବିଭାଗ କାର୍ଯ୍ୟକ୍ଷମ ହେବା ନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା ପରେ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂରଜ ।

Leave A Reply

Your email address will not be published.