Latest Odisha News

BREAKING NEWS

ଆସନ୍ତା ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ

ଭୁବନେଶ୍ୱର: ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୪-୨୫ ଶିକ୍ଷା ବର୍ଷରୁ  ବିଦ୍ୟାଳୟ ପାଠ୍ୟକ୍ରମରେ କ୍ରୀଡା ବିଷୟବସ୍ତୁକୁ ସ୍ଥାନିତ କରାଯିବ । ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ।ଏମିତି ସୂଚନା ଦେଇଛନ୍ତି କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ।

ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି, ଓଡ଼ିଶା ହକିର ହବ ପାଲିଟିଛି । ଏହା ଭିତରେ  ପୁରୁଷ ହକି ବିଶ୍ୱକପ ଆୟୋଜନ କରିବାକୁ ଯାଉଛି ଓଡ଼ିଶା । କ୍ରୀଡା ପାଇଁ ୧୨୧୭ କୋଟି ଟଙ୍କାର ବ୍ୟୟ ବରାଦବଜେଟରେ କରାଯାଇଛି ।  ସେତିକି ନୁହେଁ, ଓଡ଼ିଶାରେ କ୍ରୀଡା ପାଇଁ ୨ ହଜାର ୫ ସହ କୋଟିର ପ୍ରୋଜେକ୍ଟ କାମ ଚାଲୁରହିଛି ।

ହକିର ଏନ୍ତୁଡିଶାଳ ଭାବେ ସୁନ୍ଦରଗଡ଼ ଜିଲ୍ଲାରେ ୧୭ଟି ଆଷ୍ଟ୍ରୋ-ଟର୍ଫ ହକି ପଡ଼ିଆ ନିର୍ମାଣ ହୋଇଛି। ଏଥିସହ ରାଜ୍ୟର ସହରାଞ୍ଚଳରେ ୯୦ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ପ୍ରତିଷ୍ଠା ସହ ୬ଟି ଫିଫା ଷ୍ଟାଣ୍ଡାର୍ଡ ପିଚ ବିକଶିତ ହୋଇଛି। କର୍ପୋରେଟ ଓ କ୍ରୀଡାବିତ୍‌ଙ୍କୁ ନେଇ ହାଇ ପରଫର୍ମାନ୍ସ ସେଣ୍ଟର ଆରମ୍ଭ କରାଯାଇଛି। ଏହା ପରେ କ୍ରୀଡା ବିଭାଗ ଓଡ଼ିଶାରେ କ୍ରିକେଟ ଉପରେ ଗୁରୁତ୍ୱ ଦେବ ବୋଲି ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ।

Comments are closed.