Latest Odisha News

BREAKING NEWS

୪୫୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଏସଆରଏ

ଯାଜପୁର: ଲାଞ୍ଚ ନେଇ ଧରାପଡ଼ିଲେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ । ବ୍ୟାସନଗର ତହସିଲ୍ ଏସଆରଏ ହେମନ୍ତ କୁମାର ପେରେଇଙ୍କୁ ଧରିଲା ଭିଜିଲାନ୍ସ । ଜଣେ ବ୍ୟକ୍ତିଙ୍କ ଠାରୁ ୪୫୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ ।

ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ ପାଇଁ କୋରେଇ ଥାନା ବରୁଣ୍ଡେଇ ଅଞ୍ଚଳର ଲକ୍ଷ୍ମୀଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ କିରାଣି ପେରେଇ । କାର୍ଯ୍ୟ କରାଇ ଦେବାକୁ କହି ଲକ୍ଷ୍ମୀଧରଙ୍କୁ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ କିରାଣି ପେରେଇ । ଏତେ ଟଙ୍କା ଦେଇ ପାରିବେ ନାହିଁ ବୋଲି କହିଥିଲେ ମଧ୍ୟ ସଂପୃକ୍ତ କିରାଣି କିଛି ଶୁଣି ନ ଥିଲେ ।

ଶେଷରେ ନିରାଶ ହୋଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ଲକ୍ଷ୍ମୀଧର । ପୂର୍ବ ଯୋଜନା ମୁତାବକ ଶୁକ୍ରବାର କାର୍ଯ୍ୟାଳୟରେ ସେ ୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ଟିମ୍‌ର ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ମାଡ଼ି ବସିଥିଲେ ।

Comments are closed.