Latest Odisha News

BREAKING NEWS

ଆସୁଛି ଆଉ ଏକ ଲଘୁଚାପ, ୬ ଜିଲ୍ଲାକୁ ଏସଆରସି କଲେ ସତର୍କ

ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ । ତେଣୁ ସମ୍ଭାବ୍ୟ ଲଘୁଚାପ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ଲଘୁଚାପ ପ୍ରଭାବରେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ୬ଟି ଜିଲ୍ଲା ହେଉଛି ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା । ଆସନ୍ତା ୨ ଓ ୩ ତାରିଖରେ ଲଘୁଚାପ ପ୍ରଭାବରେ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି । ତେଣୁ ଏସବୁ ଜିଲ୍ଲା ଗୁଡ଼ିକ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ପ୍ରଦୀପ ଜେନା ।

ଆଣ୍ଡାମାନ ସାଗରରେ ଏହି ଲଢୁଚାପ ସୃଷ୍ଟି ହୋଇଛି । ସେପଟେ ଯେଉଁ ମତ୍ସ୍ୟଜୀବୀ ସମୁଦ୍ରକୁ ମାଛ ଧରିବା ପାଇଁ ଯାଇଛନ୍ତି, ସେମାନେ ୨ ତାରିଖ ପୂର୍ବରୁ ସମୁଦ୍ରରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି । ସେହିପରି ବର୍ତ୍ତମାନ ଧାନ ଅମଳ ସମୟ ଚାଲିଥିବା ବେଳେ ଲଘୁଚାପକୁ ନେଇ ଚାଷୀଙ୍କ ଚିନ୍ତା ବଢ଼ିଛି ।

Leave A Reply

Your email address will not be published.