ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଚାରିଆଡେ ତାଲାବନ୍ଦ ରହିଛି । ଏହି ସମୟରେ କେତେକ ନିର୍ମାଣ କାର୍ଯ୍ୟ ଚାଲୁ ରଖିବା ପାଇଁ ଅନୁମତି ମିଳିଛି । ତେଣୁ ନିର୍ମାର କାର୍ଯ୍ୟ ସମୟରେ ସତର୍କତା ଅବଲମ୍ବନ ପାଇଁ ଗାଇଡଲାଇନ୍ ଜାରି ରହିଛି । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଏସ୍ଆର୍ସି ପ୍ରଦୀନ ଜେନା ଚିଠି ଲେଖିଛନ୍ତି ।
ଏସ୍ଆର୍ସି ଚିଠିରେ ଲେଖିଛନ୍ତି ଯେ, ଶ୍ରମିକଙ୍କ ପାଇଁ ସ୍ୱତନ୍ତ୍ର ପରିବହନ ବ୍ୟବସ୍ଥା କରିବେ ଠିକାଦାର । କାର୍ୟ୍ୟ ଚାଲିଥିବା ବେଳେ ସାମାଜିକ ଦୂରତର ରକ୍ଷା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ । ଗାଡି କ୍ଷମତାଠାରୁ ୩୦ରୁ ୪୦ ପ୍ରତିଶତ କ୍ଷମତାର ପରିବହନ ଅନୁମତି ଦେଇଛନ୍ତି । କାର୍ୟ୍ୟସ୍ଥଳରେ ବାଲଟି, ମଗ୍, ସାବୁନ୍, ଓ ଟାୱେଲ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୬୦ ବର୍ଷରୁ ଅଧିକ ବର୍ଷର ଶ୍ରମିକଙ୍କୁ କାମରେ ଲଗାଇବା ମନା ହୋଇଛି । ଖରା ପାଇଁ ଶ୍ରମିକଙ୍କ ଲାଗି ପାନୀୟ ଜଳ ଓ ଗ୍ଲୁକୋଜ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କାର୍ୟ୍ୟସ୍ଥଳରେ ଗୁଟଖା, ପାନ ଛେପ, ତମାଖୁ ସଂପୂର୍ଣ୍ଣ ନିଷେଧ କରାଯାଇଛି ।
ଏଥିସହ ସକାଳ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ କୌଣସି କାମ କରାଯିବ ନାହିଁ ବୋଲି ଏହି ନିର୍ଦ୍ଦେଶାନାମାରେ କୁହାଯାଇଛି । ଶ୍ରମିକ ଏବଂ ଅନ୍ୟ କର୍ମଚାରୀଙ୍କ ପାଇଁ ପର୍ୟ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା କରାଯିବା ସହ ନିର୍ମାଣ ସ୍ଥାନରେ ସମସ୍ତଙ୍କର ସୁରକ୍ଷା, ସ୍ୱାସ୍ଥ୍ୟ ଏବଂ ପରିବେଶ ଉପରେ ବିଶେଷ ଦୃଷ୍ଟି ରଖିବାକୁ ବୋଲି ରାଜ୍ୟର ସମସ୍ତ ଜିଲ୍ଳାପାଳଙ୍କୁ ଏସଆରସି ଚିଠି ଲେଖିଛନ୍ତି ।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.