ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଜାରି ରହିବ ଲକଡାଉନ୍ । ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି କୃଷି କାମ ଉପରକୁ କଟକଣା କୋହଳ କରାଯାଇଛି । ଏନେଇ ଏସ୍ଆର୍ସି ସୂଚନା ଦେଇଛନ୍ତି ।
ଏପ୍ରିଲ ୧୫ ପରଠାରୁ ରବି ଫସଲ ଉତ୍ପାଦନ ଆରମ୍ଭ ହେବ। ଧାନ ବୁଣିବା ଏବଂ ଅମଳ କରିପାରିବେ ଚାଷୀ । ଚାଷ କାର୍ୟ୍ୟରେ ବ୍ୟବହୃତ ସମସ୍ତ ଯନ୍ତ୍ରପାତି ବ୍ୟବହାର ହୋଇପାରିବ । ଏହା ସହିତ ସାର, କୃଷି ଯନ୍ତ୍ରପାତି ସହ ଜଡ଼ିତ ଦୋକାନ ଖୋଲା ରହିବ, ରାଜ୍ୟରେ ଥିବା ଶୀତଳଭଣ୍ଡାର ଓ ଗୋଦାମ କାମ କରିବ, କୃଷି ଓ ଉଦ୍ୟାନ କୃଷି କ୍ଷେତ୍ରରେ ଉତ୍ପାଦନ ଜାରି ରହିବ ଏବଂ ରବି ଧାନ ଅମଳ ହେଉଥିବା ସ୍ଥାନରେ ମଣ୍ଡି ଖୋଲା ରହିବ, ମଣ୍ଡିରୁ ଧାନ କିଣିବା ପାଇଁ ଟ୍ରକ୍-ଟ୍ରାକ୍ଟର୍ ଚଳାଚଳ କରିପାରିବ ବୋଲି ଏସ୍ଆର୍ସି କହିଛନ୍ତି।
ସେହିପରି ଲକଡାଉନ୍ ବେଳେ ଚାଷୀଙ୍କୁ ଖରିଫ୍ ଲୋନ୍ ପାଇଁ ବ୍ୟାଙ୍କଗୁଡିକ ସେବା ଯୋଗାଇବେ ବୋଲି ସେ ସୂଚନା ଦେଇଛନ୍ତି । ଠିକ୍ ସେହିପରି ମତ୍ସ୍ୟ ପାଳନ ଓ ଚାଷ କାର୍ୟ୍ୟ ଚାଲୁ ରହିବ। ଅଣ୍ଡା, ମାଛ, ମାଂସ, ଦୁଗ୍ଧ ବ୍ୟବସାୟ ଜଡ଼ିତ ସମସ୍ତ କାର୍ୟ୍ୟ ଚାଲୁ ରହିବ ବୋଲି ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା ।
BREAKING NEWS
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
- Dhurandhar Song In Guinness World Record: ସାରା ବିଶ୍ୱରେ କ୍ରେଜ୍ ବଢ଼ାଇଛି ଧୁରନ୍ଧର୍ ସିନେମାର ଏହି ଗୀତ, ଭାଙ୍ଗିଲା ଗିନିଜ୍ ବିଶ୍ୱ ରେକର୍ଡ…ଖୁବ୍ ଶୀଘ୍ର ଭାରତ ଆସିବେ ଗାୟକ
- Kalikesh Visits Naveen Nivas: କଳିକେଶ ହେବେକି ନବୀନଙ୍କ ଉତ୍ତରାଧିକାରୀ?, ଚର୍ଚ୍ଚା ଭିତରେ ନବୀନ ନିବାସରେ ବିଧାୟକ…
- ଓଡ଼ିଆ ଭାଷାରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ; ଜିଲ୍ଲା ସଦର ମହକୁମା ବହି ଦୋକାନରେ ଉପଲବ୍ଧ ହେବ
- ଫିଟ ହେଉଛନ୍ତି ତିଳକ: ବ୍ୟାଟିଂ ପରେ କଲେ ବୋଲିଂ ଅଭ୍ୟାସ
Comments are closed.