ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଜାରି ରହିବ ଲକଡାଉନ୍ । ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି କୃଷି କାମ ଉପରକୁ କଟକଣା କୋହଳ କରାଯାଇଛି । ଏନେଇ ଏସ୍ଆର୍ସି ସୂଚନା ଦେଇଛନ୍ତି ।
ଏପ୍ରିଲ ୧୫ ପରଠାରୁ ରବି ଫସଲ ଉତ୍ପାଦନ ଆରମ୍ଭ ହେବ। ଧାନ ବୁଣିବା ଏବଂ ଅମଳ କରିପାରିବେ ଚାଷୀ । ଚାଷ କାର୍ୟ୍ୟରେ ବ୍ୟବହୃତ ସମସ୍ତ ଯନ୍ତ୍ରପାତି ବ୍ୟବହାର ହୋଇପାରିବ । ଏହା ସହିତ ସାର, କୃଷି ଯନ୍ତ୍ରପାତି ସହ ଜଡ଼ିତ ଦୋକାନ ଖୋଲା ରହିବ, ରାଜ୍ୟରେ ଥିବା ଶୀତଳଭଣ୍ଡାର ଓ ଗୋଦାମ କାମ କରିବ, କୃଷି ଓ ଉଦ୍ୟାନ କୃଷି କ୍ଷେତ୍ରରେ ଉତ୍ପାଦନ ଜାରି ରହିବ ଏବଂ ରବି ଧାନ ଅମଳ ହେଉଥିବା ସ୍ଥାନରେ ମଣ୍ଡି ଖୋଲା ରହିବ, ମଣ୍ଡିରୁ ଧାନ କିଣିବା ପାଇଁ ଟ୍ରକ୍-ଟ୍ରାକ୍ଟର୍ ଚଳାଚଳ କରିପାରିବ ବୋଲି ଏସ୍ଆର୍ସି କହିଛନ୍ତି।
ସେହିପରି ଲକଡାଉନ୍ ବେଳେ ଚାଷୀଙ୍କୁ ଖରିଫ୍ ଲୋନ୍ ପାଇଁ ବ୍ୟାଙ୍କଗୁଡିକ ସେବା ଯୋଗାଇବେ ବୋଲି ସେ ସୂଚନା ଦେଇଛନ୍ତି । ଠିକ୍ ସେହିପରି ମତ୍ସ୍ୟ ପାଳନ ଓ ଚାଷ କାର୍ୟ୍ୟ ଚାଲୁ ରହିବ। ଅଣ୍ଡା, ମାଛ, ମାଂସ, ଦୁଗ୍ଧ ବ୍ୟବସାୟ ଜଡ଼ିତ ସମସ୍ତ କାର୍ୟ୍ୟ ଚାଲୁ ରହିବ ବୋଲି ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା ।
BREAKING NEWS
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
Comments are closed.