Latest Odisha News

BREAKING NEWS

ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ନେଇ ଏସଆରସିଙ୍କ ସମୀକ୍ଷା

ଭୁବନେଶ୍ବର : ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ନେଇ ସମୀକ୍ଷା କରିଛନ୍ତି ଏସଆରସି । ଏନେଇ ପୋଲିସ, ଅଗ୍ନିଶମ, ଓଡ୍ରାଫ୍, ଏନଡିଆରଏଫ୍ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ଏହାସହ ଜିଲ୍ଲାପାଳ ଓ ଏସପିଙ୍କ ସହ ମଧ୍ୟ କଥା ହୋଇଛନ୍ତି ଏସଆରସି । ବାତ୍ୟା ପାଇଁ ଜିଲ୍ଲାପାଳମାନଙ୍କୁ ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଏଯାଏଁ ବାତ୍ୟା ସ୍ପଷ୍ଟ ହୋଇନି । ଏପରିକି ବାତ୍ୟାର ସ୍ଥିତି, ରୂପରେଖ ଅନୁମାନ ମଧ୍ୟ କରାଯାଇନାହିଁ । ଆସନ୍ତା ୨୨ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ସଂପୂର୍ଣ୍ଣ ରୂପରେଖ ଜଣାପଡ଼ିବ । ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆଗୁଆ ପଦକ୍ଷେପ ସ୍ବରୂପ ଜିଲ୍ଲାପାଳ, ଏସପିଙ୍କ ସହ ଆଲୋଚନା କରିଛନ୍ତି ଏସଆରସି । ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି ।

Leave A Reply

Your email address will not be published.