Latest Odisha News

ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ଏସଆରସିଙ୍କ ବୈଠକ, ଟ୍ୟାଙ୍କର ମାଧ୍ୟମରେ ଜଳ ଯୋଗାଣ ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ସମୀକ୍ଷା ବୈଠକ କରିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୪ରୁ ୫ ଦିନ ଯାଏ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରଭାହ ଅନୁଭୂତ ହେବ ।

ପୂର୍ବାନୁମାନ ଅନୁସାରେ, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼, ନୂଆପଡ଼ା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼଼ ଜିଲ୍ଲାରେ ତାପମାତ୍ରା ଅଧିକ ରହିବ ।

ଏଥିସହ ପଢ଼ନ୍ତୁ: ଆଉ ୪ ଦିନ ପରେ ଆହୁରି ବଢ଼ିବ ତାତି, ଦିନ ୧୨ଟା ପୂର୍ବରୁ ୪୦ ଡେଇଁଲା ପାରଦ

ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଗ୍ରାମାଞ୍ଚଳ ଓ ସହରାଞ୍ଚଳର ସମସ୍ତ ବଜାର, ବସଷ୍ଟାଣ୍ଡ ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ପାନୀୟ ଜଳ ସେବା କେନ୍ଦ୍ର କରାଯିବ । ଜଳକ୍ଲିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ମାଧ୍ୟମରେ ପାନୀୟ ଜଳ ଯୋଗାଣ ପାଇଁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

ବସ୍ ଓ ଅନ୍ୟାନ୍ୟ ଯାତ୍ରୀବାହୀ ଯାନ ଗୁଡ଼ିକରେ ପାନୀୟ ଜଳ ଓ ଓଆରଏସ୍ ରଖାଯିବ । ସମସ୍ତ ଚିକିତ୍ସାଳୟରେ ଯଥେଷ୍ଟ ଔଷଧ, ସାଲାଇନ୍ ଓ ଓଆରଏସ୍ ରଖିବା ସହ ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ବେଡ୍ ବ୍ୟବସ୍ଥା କରାଯିବ । ଦିନ ୧୧ଟାରୁ ୩ଟା ଯାଏ ଜରୁରୀ କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

Leave A Reply

Your email address will not be published.