Latest Odisha News

ଆଜି ଶ୍ରୀଜୀଉଙ୍କ ‘ବନକଲାଗି’ ନୀତି; ୪ ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ…

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ।

ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ସାଢ଼େ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ ନାହିଁ ।

ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ ଏବଂ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।  କିନ୍ତୁ ଏହି ସମୟରେ ଶ୍ରଦ୍ଧାଳୁମାନେ ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ।

ଆହୁରି ମଧ୍ୟ ଦତ୍ତ ମହାପାତ୍ର ସେବକମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି । ହିଙ୍ଗୁଳ, ହରିତାଳ, କେଶର, କଇଁଥ ଅଠା, କସ୍ତୁରୀ ଏବଂ ତେଲର ମିଶ୍ରଣରେ ଏହି ‘ବନକ’ ପ୍ରସ୍ତୁତ କରାଯାଇଥାଏ । ପରବର୍ତ୍ତୀ ସମୟରେ ଏହି ବନକକୁ ଶ୍ରୀଜିଉଙ୍କ ଶ୍ରୀଙ୍ଗାରରେ ବ୍ୟବହାର କରାଯାଇଥାଏ ବୋଲି ସେ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.