Latest Odisha News

BREAKING NEWS

ପବିତ୍ର ରାମ ନବମୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମଜନ୍ମ ନୀତି

ପୁରୀ  : ପବିତ୍ର ଶ୍ରୀରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ଡପରେ ଏହି ଜନ୍ମନୀତି ପାଳନ ହେବ। ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ ପ୍ରତ୍ୟେକ ଦିନ ପାଳନ ହେବ।

ସେହିପରି ଆଜିଠାରୁ ବିଭିନ୍ନ ସାହିରେ ସାହିଯାତ କରାଯାଇ ଏହି ରାମଲୀଳା ପର୍ବକୁ ପାଳନ କରିବାର ପରମ୍ପରା ରହିଛି। କରୋନା ମହାମାରୀ ଯୋଗୁଁ ଗତ ଦୁଇବର୍ଷ ଧରି ଏହି ସାହିଯାତର ବିଭିନ୍ନ ପର୍ଯ୍ୟାୟକୁ ନିରାଡ଼ମ୍ୱର ଭାବେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ଏହାକୁ ବେସ୍ ଧୁମଧାମରେ ପାଳନ କରାଯିବା ପାଇଁ ନିଷ୍ପତ୍ତି ହୋଇଛି।

ପୁରୀ ରେଳଷ୍ଟେସନ ନିକଟ ଶ୍ରୀରାମ ମନ୍ଦିରରେ ସକାଳୁ ସକାଳୁ ଭକ୍ତଙ୍କ ଭିଡ ଜମିଛି ।

Comments are closed.