Latest Odisha News

ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ସ୍ୱାଭିମାନ ମଞ୍ଚର ସଭାପତି ଶ୍ରୀହରି ନାୟକ

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲା ନିର୍ବାଚନମଣ୍ଡଳୀର ଦଶପଲ୍ଲା ସ୍ୱାଭିମାନ ମଞ୍ଚର ସଭାପତି ତଥା ସାମାଜିକ କର୍ମୀ ଶ୍ରୀହରି ନାୟକଙ୍କ ସମେତ ଶତାଧିକ ବିଜେପି ଏବଂ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଦଶପଲ୍ଲା ସ୍ୱାଭିମାନ ମଞ୍ଚର ସଭାପତି ଶ୍ରୀହରି ନାୟକଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ବେହେରା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ ।

ଆଜି ବିଜେପି ଓ କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ବେହେରା ଓ ଡକ୍ଟର ପାତ୍ର କହିଛନ୍ତି। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଦଶପଲ୍ଲା ସ୍ୱାଭିମାନ ମଞ୍ଚର ସଭାପତି ତଥା ସାମାଜିକ କର୍ମୀ ଶ୍ରୀହରି ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି ।

ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ ପୂର୍ବତନ ସରପଞ୍ଚ ଅରୁଣ କୁମାର ସ୍ୱାଇଁ, ସାଧୁ ଚରଣ ନାୟକ, ହେମନ୍ତ କୁମାର ନାୟକ, ପୂର୍ବତନ ସମିତି ସଭ୍ୟ କୁମାର ନାୟକ ଓ ସାମାଜିକ କର୍ମୀ କୁନା ପୃଷ୍ଟିଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Comments are closed.