Latest Odisha News

BREAKING NEWS

୪ ଦିନ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ । ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨, ୩, ୫ ଓ ୬ ତାରିଖ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି ।

ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଜାରି ରହିବ । ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ସୂଚନାଯୋଗ୍ୟ ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ଗତ ଜାନୁଆରୀ ୨୬ ପର୍ଯ୍ୟନ୍ତ ଏଏସଆଇ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା ।

 

Comments are closed.