ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କର ବନକଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।
ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଶ୍ରୀଜିଉଙ୍କର ଶ୍ରୀମୁଖ ସିଂହାର କରିବେ । ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଭୂମିକା ରହିଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ହେବ ।
Comments are closed.