ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ବରିଷ୍ଠ କାର୍ଯ୍ୟକର୍ତ୍ତା ତଥା ଭୁବନେଶ୍ୱର ମହାନଗର ନିଗମର ପୂର୍ବତନ କର୍ପୋରେଟର ଲାଲା ଅଶୋକ କୁମାର ରାୟ( ଗାମା ଭାଇ)ଙ୍କ ଆଜି ସକାଳେ ୟୁନିଟ୍-୩ସ୍ଥିତ ବାସଭବନରେ ଦେହାନ୍ତ ଘଟିଛି। ଗାମା ଭାଇଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି।
ସ୍ୱର୍ଗତଃ ଶ୍ରୀ ରାୟଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରାର୍ଥନା କରିଛନ୍ତି।
ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ମାନସ କୁମାର ମହାନ୍ତି, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, ବରିଷ୍ଠ ନେତ୍ରୀ ସୁରମା ପାଢ଼ୀ, ଅଶୋକ ମିଶ୍ର, ପ୍ରଭଞ୍ଜନ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ପଣ୍ଡା ପ୍ରମୁଖ ସ୍ୱର୍ଗତଃ ଶ୍ରୀ ରାୟଙ୍କ ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି ।
Comments are closed.