Latest Odisha News

BREAKING NEWS

ପୂର୍ବତନ ରାଜ୍ୟପାଳ ଏମ୍ଏମ୍ ରାଜେନ୍ଦ୍ରନଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍‌ଏମ୍ ରାଜେନ୍ଦ୍ରନଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି । ଚେନ୍ନାଇର ଆପୋଲ ସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ସ୍ୱର୍ଗତଃ ରାଜେନ୍ଦ୍ରନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ହୋଇଥିଲା । ସ୍ୱର୍ଗତଃ ରାଜେନ୍ଦ୍ରନ ଓଡ଼ିଶାର ବିପର୍ଯ୍ୟସ୍ତ ମୁକାବିଲା ପାଇଁ ଦକ୍ଷ ଯୋଜନା ପ୍ରସ୍ତୁତ କରିଥିଲେ ଯାହାର ଲାଭ ଓଡ଼ିଶାବାସୀ ପାଇଛନ୍ତି । ସ୍ୱର୍ଗତଃ ରାଜେନ୍ଦ୍ରନଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦୁଃଖ ପ୍ରକାଶ କରିଛନ୍ତି ।

ସ୍ୱର୍ଗତଃ ରାଜେନ୍ଦ୍ରନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

ଏମ ଏମ ରାଜେନ୍ଦ୍ରନ ୧୯୫୭ ବ୍ୟାଚ ଆଇଏଏସ ଟପ୍ପର ଥିଲେ ଏବଂ ପରେ ତାମିଲନାଡୁର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ସମ୍ବାଳିଥିଲେ । ପରେ ୧୯୯୯ ମହାବାତ୍ୟା ପରେ ପରେ ଓଡ଼ିଶା ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିଲେ । ୧୯୬୪ ଧନୁଶଖୋଲି ବାତ୍ୟା ସମୟରେ ସେ ରାମନାଥପୁରମର ଜିଲ୍ଲାପାଳ ଥିଲେ ଏବଂ ବାତ୍ୟା ମୁକାବିଲା କରିବାରେ ତାଙ୍କର ଅନୁଭୂତି ରହିଥିଲା । ସେହି ଅନୁଭୂତି ତାଙ୍କୁ ବାତ୍ୟା ବିଧ୍ୱସ୍ତ ଓଡ଼ିଶାକୁ ସଜାଡିବାରେ ସାହାଯ୍ୟ କରିଥିଲା ।

ସେ ସମୟର ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ତାଙ୍କୁ ମହାବାତ୍ୟା ପରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଥିଲେ ଏବଂ ଚିରାଚରିତ ରାଜ୍ୟପାଳ ନ ହୋଇ ବାତ୍ୟା କ୍ଷତିଗ୍ରସ୍ତ ରାଜ୍ୟକୁ ସମ୍ବାଳିବା ପାଇଁ ଆଗେଇ ଆସିବାକୁ ତାଙ୍କୁ ପରାମର୍ଶ ଦେଇଥିଲେ । ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କୁ ସହଯୋଗ କରିବାକୁ କହିଥିଲେ । ଗତବର୍ଷ ଓଡ଼ିଶା ଆସିଥିଲେ ଏବଂ ରାଜଭବନରେ ତାଙ୍କ ଲିଖିତ ପୁସ୍ତକ ସର୍ଭିସ ଅନଇଣ୍ଟରପ୍ଟେଡ ଉନ୍ମୋଚନ କରିଥିଲେ ।

Comments are closed.