Latest Odisha News

BREAKING NEWS

ବିକଶିତ ଭାରତ ଗଠନ ପାଇଁ ମୋଦିଙ୍କ ଚିଠିକୁ ୧ କୋଟି ପରିବାର ପାଖରେ ପହଞ୍ଚାଇବା ପାଇଁ ଯୋଜନା

ଭୁବନେଶ୍ୱର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ରାଜ୍ୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗତକାଲି ପୂର୍ବାହ୍ନରେ ପ୍ରଥମେ  ରାଜ୍ୟ କୋର କମିଟି ଏବଂ ପରେ ରାଜ୍ୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଛି ।

ଏହି ବୈଠକରେ ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିସ୍ତୃତ ଆଲୋଚନା ହୋଇଛି । ଏହାର ସବିଶେଷ ରିପୋର୍ଟ କେନ୍ଦ୍ରୀୟ ସଂସଦୀୟ ବୋର୍ଡକୁ ପଠାଯିବ । ଏଥି ସହ ମୋଦି ସରକାରଙ୍କ ଗତ ୧୦ ବର୍ଷର ଉପଲବ୍ଧତାକୁ ଘରେ ଘରେ ପହଞ୍ଚାଇବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳତା ସଂପର୍କରେ ଲୋକଙ୍କଠାରୁ ମତ ସଂଗ୍ରହ କରାଯିବ । ବିକଶିତ ଭାରତ ଗଠନ ପାଇଁ ଜନସହଭାଗିତା ଓ ଜନସହଯୋଗ ପାଇଁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଦେଇଥିବା ଚିଠିକୁ ରାଜ୍ୟର ୧ କୋଟି ପରିବାର ପାଖରେ ପହଞ୍ଚାଇବା ପାଇଁ ବିସ୍ତୃତ ଯୋଜନା କରାଯାଇଛି ।

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦୁଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଶ୍ରୀ ବିଶେଶ୍ୱର ଟୁଡୁ; ରାଜ୍ୟ ନିର୍ବାଚନ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର ଓ ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି; ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ରାଜ୍ୟ ନିର୍ବାଚନ କମିଟିର ସଦସ୍ୟ ସାଂସଦ ଜୁଏଲ ଓରାମ, ସୁରେଶ ପୁଜାରୀ, ବସନ୍ତ ପଣ୍ଡା, ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଓ କେ.ଭି.ସିଂହଦେଓ, ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସୁରମା ପାଢୀ, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ୱର୍ଯ୍ୟା ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ ।

 

Comments are closed.