Latest Odisha News

BREAKING NEWS

Cabinet Meeting: ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇ କହିଛନ୍ତି ଯେ, କ୍ୟାବିନେଟ ବୈଠକରେ ମୋଟ ୯ଟି ବିଭାଗର ୧୨ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ ମିଳିଛି । ଇସ୍ପାତ ଓ ଖଣି ବିଭାଗର ୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି ।  ଅର୍ଥ, ଆଇଟି ସମେତ ବିଭିନ୍ନ ବିଭାଗର ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ ।
ସେହିପରି, SC/ST ଛାତ୍ରଛାତ୍ରୀଙ୍କ ମେଧାବୃତ୍ତି ବୃଦ୍ଧିକୁ କ୍ୟାବିନେଟର ମଞ୍ଜୁରୀ ମିଳିଛି ।  ଓଡ଼ିଶାରେ ପ୍ରତିଷ୍ଠା ହେବ ଗ୍ଲୋବାଲ କାପାବିଲିଟି ସେଣ୍ଟର । କାପାବିଲିଟି ସେଣ୍ଟର ପାଇଁ ଆସିବ ହଜାରେ କୋଟିର ପୁଞ୍ଜିନିବେଶ । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ରଛାତ୍ରୀ ବୃତ୍ତି ବୃଦ୍ଧି ହେବ ।  ଜନଜାତୀ ଛାତ୍ରଛାତ୍ରୀଙ୍କୁ ଏହି ବୃତ୍ତି ପ୍ରଦାନ କରାଯାଉଛି ।  ଏଣିକି ଛାତ୍ରଙ୍କୁ ୧୧ ହଜାର ଟଙ୍କା ବଦଳରେ ୧୬ ହଜାର ଟଙ୍କା ଏବଂ ଛାତ୍ରୀଙ୍କୁ ୧୭ ହଜାର ଟଙ୍କାର ବୃତ୍ତି ମିଳିବ ।
ଜଳ ପ୍ରଦୂଷଣ ନିୟମରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଛି ।  ଓଡ଼ିଶାରେ ୟୁନିଫର୍ମ ସେବାରେ ନିଯୁକ୍ତି ପରୀକ୍ଷା ପାଇଁ ଗୋଟିଏ ଆୟୋଗ ରହିବ । ଗଠନ ହେବ ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ । ପୋଲିସ, ଅବକାରୀ ଓ ଜଙ୍ଗଲ ବିଭାଗରେ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ଏହି ଆୟୋଗ ପରୀକ୍ଷା କରିବ ।
ଏଣିକି ଇ-ଲଟେରୀ ମାଧ୍ୟରେ ଲିଜ୍ ପ୍ରଦାନ କରାଯିବ । ଲଘୁ ଖଣିଜ ସମ୍ପଦର ଆବଣ୍ଟନରେ ଏହି ନୂଆ ନିୟମକୁ ମଂଜୁରୀ ପ୍ରଦାନ କରିଛନ୍ତି କ୍ୟାବିନେଟ୍ ।  ଲଘୁ ଖଣିଜ ଉତ୍ସଗୁଡିକର ଆବଣ୍ଟନ ଏବଂ କାର୍ଯ୍ୟକ୍ଷମତାକୁ ତ୍ବରାନ୍ବିତ କରିବା ସହ ଯୋଗାଣ-ଚାହିଦା ମଧ୍ୟରେ ଥିବା ବ୍ୟବଧାନକୁ ହ୍ରାସ କରିବା ଏବଂ ସୁଲଭ ମୂଲ୍ୟରେ ଲୁଘୁ ଖଣିଜ ଯୋଗାଣ ପାଇଁ ଏହି ନିଷ୍ପତ୍ତି ସହାୟାକ ହେବ ବୋଲି ଶ୍ରୀ ଆହୁଜା କହିଛନ୍ତି ।

Comments are closed.