Latest Odisha News

ଆସନ୍ତାକାଲି ବସିବ ରାଜ୍ୟ କ୍ୟବିନେଟ୍ ଓ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ ।

ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ ।

କ୍ୟାବିନେଟ୍ ପରେ ପରେ ମନ୍ତ୍ରିପରିଷଦ ବୈଠକ ବସିବ । ଏଥିରେ କାମଚଳା ବଜେଟ୍ କୁ ମଞ୍ଜୁରୀ ମିଳିବ । ଆସନ୍ତା ୫ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି । ଏଥି ଲାଗି କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି ।

Comments are closed.