Latest Odisha News

BREAKING NEWS

ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭଞ୍ଜକଳା ମଣ୍ତପରେ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଯାପିତ ହୋଇଛି । ଏହି ଉପଲକ୍ଷେ ବିଭାବରୀ ଫ୍ୟାଶନ ପକ୍ଷରୁ ଓଡିଆଣୀ ବେଶଭୂଷା ଉପରେ ସୁନ୍ଦର ପ୍ରଦର୍ଶନ କରାଯାଇଥିଲା । ଏହି ଅବସରରେ ବିଭାବରୀ ଫ୍ୟାଶନ ପକ୍ଷରୁ ଓଡିଆଣୀ ବେଶଭୂଷା ଉପରେ ସୁନ୍ଦର ପ୍ରଦର୍ଶନ ଓ ସୋନପୁରର ଶାଶ୍ବତ ତ୍ରିପାଠୀ ଓ ସାଥି ମାନଙ୍କ ଦ୍ବାରା ସମ୍ବଲପୁରୀ ଲୋକନୃତ୍ୟ ଓ ଦିଗପହଣ୍ତିର ଶ୍ରୀ ବୃନ୍ଦାବନ ଜେନା ଓ ସାଥିମାନଙ୍କ ପକ୍ଷରୁ ପ୍ରହଲ୍ଲାଦ ନାଟକ ପରିବେଷଣ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ କୌଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ କୁମାର ପଣ୍ତା, ଭୁବନେଶ୍ବର ମେୟର ଶ୍ରୀମତୀ ସୁଲୋଚନା ଦାସ, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଲେନିନ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ଶାସନ ସଚିବ ମଧୁସୂଦନ ଦାଶ, କର୍ପୋରେଟର ପ୍ରିତିନନ୍ଦା ରାଉତରାୟ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଉପ ସଭାପତିମନ୍ମଥ କୁମାର ଶତପଥୀ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ସମାଜର ରୁଚି ବଦଳିବା ସହ ମନୋରଞ୍ଜନର ମାଧ୍ୟମ ମଧ୍ୟ ଭିନ୍ନ ରୂପ ନେଇଛି ମାତ୍ର ଲୋକକଳା ଏହାର ମହାନ ପରମ୍ପରା ବଜାୟ ରଖି ଏବେ ମଧ୍ୟ ଲୋକପ୍ରିୟତା ହାସଲ କରିବାରେ ଲାଗିଛି । ଏହାର ସୁରକ୍ଷା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ପ୍ରଶଂସନୀୟ ବୋଲି ମନ୍ତ୍ରୀ ଶ୍ରୀ ପଣ୍ତା ମତବ୍ୟକ୍ତ କରିଥିଲେ ।

ସୂଚନା ଓ ଲୋକ ସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲୀପ ରାଉତରାଏ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ବିଭାଗୀୟ ଉପ ନିର୍ଦ୍ଦେଶିକା ସୁଚିସ୍ମିତା ମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.