Latest Odisha News

BREAKING NEWS

ଗ୍ରୀଷ୍ମପ୍ରବାହ ବୃଦ୍ଧି; ଆସନ୍ତା ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଁଛି ଗ୍ରୀଷ୍ମପ୍ରବାହ । ଗରମ ଓ ଗୁଳୁଗୁଳୁରେ ଅସହ୍ୟ ଜନଜୀବନ । ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ନଜରରେ ରଖି ଆସନ୍ତା ୩ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ୧୮ ରୁ ୨୦ ତାରିଖ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ତେବେ ୨୧ ତାରିଖ ରବିବାର ହେତୁ ୨୨ ତାରିଖ ସୋମବାର ସ୍କୁଲ ଖୋଲିବ ।

ସୂଚନାଯୋଗ୍ୟ, ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି । ଏହି ସମୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧିପାଇବ । ଆସନ୍ତା ୨୦ ତାରିଖ ଯାଏଁ କିଛି ସ୍ଥାନରେ ତାପମାତ୍ରା ୪୩ ରୁ ୪୫ ଡିଗ୍ରୀ ମଧ୍ୟ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏହାକୁ ଦୃଷ୍ଟିରେ ରଖି ଆସନ୍ତା କାଲିଠୁ ୩ ଦିନ ଯାଏଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରାଯାଇଥିଲା ।

 

Leave A Reply

Your email address will not be published.