ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାର ଚିକିତ୍ସା ପାଇଁ ପ୍ରସ୍ତୁତ ହୋଇଥିବା ସ୍ୱାସ୍ଥ୍ୟ ଭତିଭୂମି ଉପରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ସେ କହିଛନ୍ତି, ୬ ହଜାର ଶଯ୍ୟାର କୋଭିଡ ହସ୍ପିଟାଲ ତିଆରି କରିବାକୁ ରାଜ୍ୟ ସରକାରଙ୍କ ଯୋଜନା ରହିଛି । ବର୍ତ୍ତମାନ ଓଡ଼ିଶାରେ ୭ଟି କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇସାରିଲାଣି । ଏହି ହସ୍ପିଟାଲ ଗୁଡିକର ଶଯ୍ୟା ସଂଖ୍ୟା ୧୫୦୦ରୁ ଅଧିକ ରହିଛି ।
ରାଜ୍ୟରେ ପର୍ଯ୍ୟାପ୍ତ ମାତ୍ରାରେ ପିପିଇ ଓ ଟେଷ୍ଟିଂ କିଟ୍ ରହିଛି । ଭାରତ ଏବଂ ଭାରତ ବାହାରୁ ଟେଷ୍ଟିଂ କିଟ୍ ମଗା ଯାଇଛି । ୪ରୁ ୮ ମାସ ପର୍ଯ୍ୟନ୍ତ ବ୍ୟବହାର ପାଇଁ ତ୍ରିପଲ ଲେୟାର ମାସ୍କ, ଏନ୍-୯୫ ମାସ୍କ ଏବଂ ସମସ୍ତ ସ୍ୱାସ୍ଥ୍ୟ ଉପକରଣ ମହଜୁଦ ରହିଛି । ରାଜ୍ୟରେ ପିପିଇ ଅଭାବ ନାହିଁ । ପ୍ରାୟ ଏକ ମାସ ପାଇଁ ପିପିଇ ମହଜୁଦ ରହିଛି ।
ଏଥିସହ ଚିକିତ୍ସା ପାଇଁ ଆୟୁଷ ଡାକ୍ତର ଏବଂ ଚତୁର୍ଥ ଓ ପଂଚମ ସେମିଷ୍ଟାର ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ତାଲିମ ଦିଆଯାଉଛି । କେବଳ ସେତିକି ନୁହେଁ ଘରୋଇ ଡାକ୍ତରମାନଙ୍କୁ ମଧ୍ୟ ତାଲିମ ଦିଆଯାଉଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ।
BREAKING NEWS
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ

Comments are closed.