Latest Odisha News

BREAKING NEWS

୪୦ କୋଟି ଟଙ୍କା ବ୍ୟୟରେ ହେବ ପାରଳାଖେମୁଣ୍ଡି ବାଇପାସ୍

ଭୁବନେଶ୍ୱର: ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ । ଓଡ଼ିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ । ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ର ନିର୍ମାଣ ପାଇଁ ପାହାଡ଼ି କାଟି ଟନେଲ ଜରିଆରେ ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ଯାହାକି ଦକ୍ଷିଣ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଏବେ ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି ।

ଗଜପତି ଗସ୍ତର ଦ୍ବିତୀୟ ଦିନରେ ପାଣ୍ଡିଆନ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀ ମାଆଙ୍କ ସହିତ ଆଲୋଚନା କରିଥିଲେ । ଏହା ପରେ ସେ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ । ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ପାଣ୍ଡିଆନ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି । ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି । ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହାଦ୍ବାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ପାଣି ମିଳିପାରିବ। ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ ।

ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକମାନଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ ଏବଂ ୩ଟି ଥଇଥାନ କଲୋନୀର କାର୍ଯ୍ୟ ସଂପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ଯ୍ୟ ଚାଲିଛି । ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ । ୨୦୨୫-୨୬ ସୁଦ୍ଧା ଏହା ପ୍ରକଳ୍ପ ସଂପୂର୍ଣ୍ଣ ହେବ ।

ଗୁମ୍ମାରେ ନିର୍ମାଣାଧୀନ ଏକ ବସଷ୍ଟାଣ୍ଡର କାର୍ଯ୍ୟ ଦେଖିଥିଲେ ଏବଂ ଏହାର କାର୍ଯ୍ୟର ମାନକୁ ଉଚ୍ଚକୋଟୀର କରିବା ପାଇଁ ପରାମର୍ଶ ଦେଇଥିଲେ ପାଣ୍ଡିଆନ । ସେଠାରେ ଉପସ୍ଥିତ ମିଶନ ଶକ୍ତି ମହିଳା ମାନଙ୍କ ରୁପାନ୍ତରିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚ ପ୍ରଶଂସା କରିଥିଲେ । ଏହାପରେ ଗୁମ୍ମାରେ ଏକ ରୂପାନ୍ତରିତ ହାଇସ୍କୁଲକୁ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହିତ ଆଲୋଚନା କରିଥିଲେ । ସ୍କୁଲରେ ନିର୍ମିତ ହୋଇଥିବା ନୂତନ ଆସେଟ୍‌ ଗୁଡିକୁ ନିଜର ସଂପତ୍ତି ପରି ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେବା ସହିତ ଭଲ ପାଠ ପଢି ଓଡିଶାର ସୁନାମ କରିବାକୁ ପିଲାଙ୍କୁ ଉତ୍ସାହିତ କରିଥିଲେ ।

ଏହାପରେ ସେ ପ୍ରସ୍ତାବିତ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ ଅଞ୍ଚଳକୁ ଯାଇଥିଲେ ଏବଂ ଏହାର କାମ ଯେପରି ଶୀଘ୍ର ଆରମ୍ଭ ହେବ, ସେଥିପାଇଁ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ଏହି ବାଇପାସ୍ ପାଇଁ ଚାଳିଶ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ପରେ ସେଠାରେ ନିର୍ମାଣାଧୀନ ଏକ ନୂତନ ଟାଉନ ହଲ୍‌କୁ ମଧ୍ୟ ବୁଲି ଦେଖିଥିଲେ । ଟାଉନ ହଲ୍ କାମ ଶେଷ କରିବା ପାଈଁ ଦେଢ଼ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ପାଣ୍ଡିଆନ୍ ସୂଚନା ଦେଇଥିଲେ ।

ଗଜପତି ଜିଲ୍ଲା କଳା ଓ ସଂସ୍କୃତିର ଭୂମି । ତେଣୁ ପାରଳାଖେମୁଣ୍ଡି ରେ ପାଞ୍ଚ କୋଟି ଟଙ୍କା ବ୍ୟୟରେ ଏକ ସୁଦୃଶ୍ୟ ସଂସ୍କୃତି ଭବନ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ମତି ପ୍ରଦାନ କରିଛନ୍ତି ବୋଲି 5T ସଚିବ ପ୍ରକାଶ କରିଥିଲେ । ମଧ୍ୟାହ୍ନରେ ରାମସାଗର ଓ କୃଷ୍ଣସାଗର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଜଳସେଚିତ ଅଞ୍ଚଳର ଚାଷୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ପାଇଁ ଅଧିକ ସୁବିଧା କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।

ରାମ ସାଗରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିପାଇଁ ୧୫ ଦିନ ଭିତରେ ଡିପିଆର୍ପ୍ର ସ୍ତୁତ କରିବା ପାଇଁ ପାଣ୍ଡିଆନ୍ପ ରାମର୍ଶ ଦେଇଥିଲେ । ସେହିପରି ଗୋସାଣୀ ନୂଆଗାଁ ବ୍ଲକର କୃଷ୍ଣ ସାଗରର ପୁନରୁଦ୍ଧାର ୧୫ କୋଟି ଟଙ୍କାରେ କରାଯିବ । ଏହା ଦ୍ୱାରା ୨ ହଜାର ହେକ୍ଟର ଜମି ଜଳ ସେଚିତ ହେବ ।

Leave A Reply

Your email address will not be published.