ଭୁବନେଶ୍ୱର: ପୁଣି ଅଶାନ୍ତ ବାଣୀବିହାର ପରିସର। ଉତ୍କଳ ବିଶ୍ୱବିଦ୍ୟାଳୟ ଧୀରେ ଧୀରେ ପାଲଟୁଛି ଜେଏନୟୁ। ବାଣୀବିହାର କ୍ୟାମ୍ପସରେ ଜେଏନୟୁ ପ୍ରଫେସରଙ୍କୁ ମାଡ଼ । ଉତ୍କଳ ବିଶ୍ବବିଦ୍ୟାଳୟର ଆଲୋଚନା ଚକ୍ରରେ ଜେଏନୟୁ ପ୍ରଫେସରକୁ ମାଡ଼ ମାରିଛନ୍ତି ଗୋଟିଏ ଗୋଷ୍ଠୀର ଛାତ୍ର । ଆକ୍ରମଣରେ ଆହତ ହୋଇଛନ୍ତି ପ୍ରଫେସର ସୁରଜିତ ମଜମୁଦାର । ଉତ୍କଳ ବିଶ୍ବାବିଦ୍ୟାଳୟର ପିଜି କାଉନସିଲ ଅଡ଼ିଟୋରିୟମରେ “ସମ୍ବିଧାନ ଏବଂ ଶିକ୍ଷା” ଶୀର୍ଷକରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା ।
ସେଠାରେ ଯୋଗ ଦେବା ସମୟରେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଛାତ୍ରମାନେ ସେଠାକୁ ଆସି ସେମିନାର ବନ୍ଦ କରିବାକୁ କହିବା ସହ ଯୁକ୍ତିତର୍କ କରିବାରୁ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା। ତେବେ କିଛି ଛାତ୍ର ଅତିଥିଙ୍କୁ ଆକ୍ରମଣ କରିଥିବା ମଧ୍ୟ ଅଭିଯୋଗ ହୋଇଛି। ଏନେଇ ସହିଦନଗର ପୁଲିସ ଥାନାରେ ୨ଟି ଭିନ୍ନ ଭିନ୍ନ ଏତଲା ଦିଆଯାଇଛି। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ବାଣୀବିହାର ପରିସରରେ ଛାତ୍ର ଅସନ୍ତୋଷ ପରିସ୍ଥିତି ଦେଖିବାକୁ ମିଳିଛି।
BREAKING NEWS
- ବିଜୟ ଉତ୍ସବରେ ଅଘଟଣ; ବାଣ ଫୁଟି କନଷ୍ଟେବଲ ଗୁରୁତର
- Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
- ୬୪ ଚାଲର ମହାରଥୀ ବିଶ୍ୱନାଥନ କିଟରେ ଉଦଘାଟନ କଲେ ଚେସ ମହାକୁମ୍ଭ
Comments are closed.