ପୁରୀ: ଶରଧାବାଲିରେ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ୍ । ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଜବାବ ତଲବ କରିଛନ୍ତି କମିଶନ । ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
କେଉଁ ପରିସ୍ଥିତିରେ ଏତେ ବଡ଼ ଅଘଟଣ ଘଟିଲା ତା’ ଉପରେ ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଜବାବ ତଲବ କରିଛନ୍ତି ମାନବାଧିକାର କମିଶନଙ୍କ ୨ ଜଣିଆ ବେଞ୍ଚ । ଏଥିସହ ଆଗକୁ ଏଭଳି ଅଘଟଣ ନଘଟିବ ସେଥିଲାଗି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଥାଉକି, ସୂଚନା ଅନୁସାରେ, ଗତକାଲି ପୁରୀ ଶରଧାବାଲିରେ ଠେଲାପେଲାରେ ୩ ଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି। ରବିବାର ଥିବାରୁ ରାତିରୁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଥିଲା। ଭୋର୍ ୪ଟାରେ ଅଘଟଣ ଘଟିଥିଲା। ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଥିବାବେଳେ ଠେଲାପେଲାରେ ୨ ମହିଳା ଭକ୍ତ ଓ ଜଣେ ପୁରୁଷ ଭକ୍ତଙ୍କ ମୃତ୍ୟୁ ଘଟିଛି। ୩ ମୃତକ ହେଲେ ପ୍ରଭାତୀ ଦାସ, ବାସନ୍ତୀ ସାହୁ ଏବଂ ପ୍ରେମକାନ୍ତ ମହାନ୍ତି।
ଏଥିସହ ପୁରୀ ଦଳାଚକଟା ଘଟଣାରେ ବଡ କାର୍ଯ୍ୟନୁଷ୍ଠାନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦଳଚକଟାରେ ଅବହେଳା ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଆଉ ପୁରୀ ଏସପି । ନୂତନ ଜିଲାପାଳ ଭାବେ ଚଞ୍ଚଲ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି।
ଏଥିସହ ପୁରୀ ଦଳାଚକଟା ଘଟଣାରେ ବଡ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦଳଚକଟାରେ ଅବହେଳା ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଆଉ ପୁରୀ ଏସପି । ନୂତନ ଜିଲାପାଳ ଭାବେ ଚଞ୍ଚଲ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି।
Comments are closed.