Latest Odisha News

BREAKING NEWS

ବନ୍ୟା, ବାତ୍ୟା ମୁକାବିଲା ପାଇଁ ଓଡିଶା ପ୍ରସ୍ତୁତ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ବନ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ଅମ୍ପାନ ଓ ବୁଲବୁଲ ଠାରୁ ପଙ୍ଗପାଳ ସମସ୍ୟା ଯାଏ ରାଜ୍ୟ ସରକାର ସବୁ ସମସ୍ୟାର ସଫଳ ମୁକାବିଲା କରିଛନ୍ତି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି । ବିଭିନ୍ନ ଦୁର୍ବିପାକ ନିରାକରଣ କ୍ଷେତ୍ରରେ ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ, ଜୁନ୍ ୧ରୁ ୩୦ ପର୍ଯ୍ୟନ୍ତ ପ୍ରତି ଜିଲ୍ଲା ସଦର ମହକୁମାରେ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି । ଟେଲି ଯୋଗାଯୋଗ ସୁବିଧା ନଥିବା ବନ୍ୟାପ୍ରବଣ ଅଂଚଳରେ ୧୫ଟି ଅସ୍ଥାୟୀ ଭିଏଚଏଫ୍ କେନ୍ଦ୍ର ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି ।

ମନ୍ତ୍ରୀ କହିଛନ୍ତି, ୨୦ଟି ଓଡ୍ରାଫ ଟିମକୁ ଆବଶ୍ୟକୀୟ ଜରୁରୀକାଳୀନ ସହାୟତା ସହିତ ଜାଗ୍ରତ ରଖାଯାଇଛି । ବିଭିନ୍ନ ନଦୀବନ୍ଧ ମାନଙ୍କରେ ୪୯ଟି ଦୁର୍ବଳ ସ୍ଥାନ ଚିହ୍ନଟ କରାଯାଇଛି । ସହରାଂଚଳରେ ବର୍ଷା ଓ ବନ୍ୟାଜଳ ନିଷ୍କାସନ ପାଇଁ ପଦକ୍ଷେପ ନିଆଯାଇଛି । ବନ୍ୟାପ୍ରବଣ ଅଂଚଳରେ ଆଗାମୀ ଦୁଇ ତିନି ମାସର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା , ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ ଅତ୍ୟାବଶ୍ୟକ ଔଷଧ ଓ ବିଶୋଧନ ସାମଗ୍ରୀ ମହଜୁଦ ରଖିବା ପାଇଁ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଥିବା ୯୭୮ଟି ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ଯାଂଚ କରାଯାଇ ୭୯୬ଟିର ମରାମତି କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.