Latest Odisha News

ବୁଦ୍ଧଆର୍ଟ ଗ୍ୟାଲେରିରେ ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ତିନି ଦିନ ଧରି ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଦ୍ଧଆର୍ଟ ଗ୍ୟାଲେରୀ ପରିସରରେ ଏକ ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଏଥିରେ ରାଜ୍ୟର ବିଭିନ୍ନ ସ୍ଥାନରୁ ୩୦ ଜଣ ମହିଳା ଚିତ୍ରଶିଳ୍ପୀ ଭାଗ ନେଇଥିଲେ।

ଏହି ଶିବିରର ଅନ୍ତିମ ଦିବସରେ ମୁଖ୍ୟ ଅତିଥି ଭାବରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମୁଖ୍ୟ ଶାସନ ସଚିବ ବିଷ୍ଣୁପଦ ସେଠୀ ଯୋଗଦେଇ ଚିତ୍ରଶିଳ୍ପୀ ମାନଙ୍କୁ ମାନପତ୍ର ସହ ୧୧୦୦୦ ଟଙ୍କାର ଚେକ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏକାଡେମୀର ସଭାପତି ସୁଦର୍ଶନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଶିବିର ବିଷୟରେ ଆଲୋଚନା କରିଥିଲେ।ଓଡ଼ିଶା ଲଳିତ କଳା ଏକାଡେମୀର ସଚିବ ଗଜେନ୍ଦ୍ର ପ୍ରସାଦ ସାହୁ ଏହି ଶିବିରକୁ ପରିଚାଳନା କରିଥିଲେ।

Comments are closed.