ଲଣ୍ଡନ: ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ଦିନିକିଆ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ସେ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ମ୍ୟାଚ ପରେ ଆଉ ଏହି ଫର୍ମାଟରେ ଖେଳିବେନି । ୩୧ ବର୍ଷୀୟ ଷ୍ଟୋକ୍ସ ୨୦୧୧ରେ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିଥିଲେ । ୨୦୧୯ ଦିନିକିଆ ବିଶ୍ୱକପ ଫାଇନାଲରେ ସେ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ । ଏହି ମ୍ୟାଚରେ ଷ୍ଟୋକ୍ସଙ୍କ ୮୪ ରନର ଇନିଂସ ବଳରେ ଇଂଲଣ୍ଡ ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିୟନ ହୋଇଥିଲା । ୧୦୪ ଆନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳି ସେ ୨୯୧୯ ରନ ଏବଂ ୭୪ ୱିକେଟ ଏହି ଫର୍ମାଟରେ ହାସଲ କରିଛନ୍ତି । ଟେଷ୍ଟ କ୍ରିକେଟରେ ଭଲ ପ୍ରଦର୍ଶନ ପାଇଁ ଏଥର ଆପ୍ରାଣ ଉଦ୍ୟମ କରିବି ବୋଲି ସେ କହିଛନ୍ତି । ନିକଟରେ ସମ୍ପନ୍ନ ହୋଇଥିବା ଭାରତ ବିପକ୍ଷ ଦିନିକିଆ ସିରିଜରେ ଷ୍ଟୋକ୍ସଙ୍କ ପ୍ରଦର୍ଶନ ସେତେଟା ସନ୍ତୋଷଜନକ ରହି ନ ଥିଲା ।
BREAKING NEWS
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
Comments are closed.