ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ବଡ଼ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ଗତ ୨୪ ତାରିଖ ଦିନ ଦ୍ୱିପହରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ, ବମ୍ ଫୁଟାଇ ରୂପା, ଅଳଙ୍କାର ସହ ନଗଦ ଟଙ୍କା ଲୁଟ କରି ବାଇକ୍ ଯୋଗେ ଫେରାର ହୋଇଯାଇଥିଲେ । ଏନେଇ ଅଳଙ୍କାର ପ୍ରତିଷ୍ଠାନର ମାଲିକ ଅରୁନ୍ଧତୀ ସାହୁ ଥାନାରେ ଅଭିଯୋଗ କରିଥିଲେ ।
ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ଏସପି ବିବେକାନନ୍ଦ ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ୩ଟି ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଧରିବା ସହ ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛନ୍ତି । ଲୁଟ ଘଟଣାରେ ୧୦ଜଣ ସମ୍ପୃକ୍ତ ଥିବାବେଳେ ଲିସ ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଅନ୍ୟ ୬ ଜଣଙ୍କୁ ଗିରଫ ପାଇଁ ଛାନଭିନ୍ ଚଲାଇଛି ପୋଲିସ ।
ଅଭିଯୁକ୍ତଙ୍କ ନିକଟରୁ ୯୦୦ଗ୍ରାମ ସୁନା, ୨ କିଲୋ ୩୬୩ ଗ୍ରାମ ରୂପା ଏବଂ ନଗଦ ୯ଲକ୍ଷ ୪୫ ହଜାର ଟଙ୍କା ଜବତ କରିଛି । ଏହା ସହ ସେମାନଙ୍କ ନିକଟରୁ ଦେଶୀ ବନ୍ଧୁକ, ଜୀବନ୍ତ ଗୁଳି ଏବଂ ମାରଣାସ୍ତ୍ର ଜବତ କରିଛି ପୋଲିସ ।
Comments are closed.