Latest Odisha News

BREAKING NEWS

ଭୁବନେଶ୍ୱରରେ ବଢ଼ିଲା କୋଭିଡ୍ ହସ୍ପିଟାଲ୍ ଓ ବେଡ୍ ସଂଖ୍ୟା

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଖୋର୍ଦ୍ଧା ଜିଲ୍ଲାରୁ ଯେତିକି ସଂକ୍ରମିତ ବାହାରୁଛନ୍ତି ତାର ଅଧାରୁ ଅଧିକ କେବଳ ଭୁବନେଶ୍ୱରରୁ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ହସ୍ପିଟାଲ୍ ଓ ବେଡ୍ ସଂଖ୍ୟା ବଢ଼ାଇଛି ବିଏମସି । କୋଭିଡ୍ ହସ୍ପିଟାଲ ତାଲିକାରେ ଆଉ ୨ଟି ହସ୍ପିଟାଲ ଯୋଡ଼ି ହୋଇଛି ।

BjdElectrycity

ପୂର୍ବରୁ ସମ୍ ଓ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲକୁ ଅନୁମତି ମିଳିଥିବା ବେଳେ ଏବେ ହାଇଟେକ ଓ କିମ୍ସ ହସ୍ପିଟାଲ ସହ ବିଏମସି ରାଜିନାମା ସ୍ୱାରକ୍ଷିତ ହୋଇଛି । କିମ୍ସ କୋଭିଡ ହସ୍ପିଟାଲରେ ୫୦୦ ଓ ହାଇଟେକ୍ କୋଭିଡ୍ ହସ୍ପିଟାଲରେ ୨୩୯ ଶଯ୍ୟା ରହିଛି । ଏଣିକି ଭୁବନେଶ୍ୱରରେ କୋଭିଡ୍ ହସ୍ପିଟାଲ ସଂଖ୍ୟା ୪କୁ ବୃଦ୍ଧି ପାଇବା ସହ ଶଯ୍ୟା ସଂଖ୍ୟା ୧୬୯୯କୁ ବୃଦ୍ଧି ପାଇଛି ।

ପୂର୍ବରୁ ସମ୍ କୋଭିଡ୍ ହସ୍ପିଟାଲରେ ୮୧୦ ଓ ଆଦିତ୍ୟ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ୧୫୦ ଶଯ୍ୟା ଥିଲା । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପଟିଆ ଓ ଡୁମଡୁମା ଠାରେ ୧୦୦ ଶଯ୍ୟା ବିଶିଷ୍ଟ ୨ଟି କୋଭିଡ୍ କେୟାର ସେଣ୍ଟର ଖୋଲାଯାଇଛି । ଆଗକୁ ଆବଶ୍ୟକ ସ୍ଥଳେ କୋଭିଡ୍ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ ବୋଲି ବିଏମସି କମିଶନର ସଂଜୟ ସିଂ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.