ଭୁବନେଶ୍ୱର: ଆଜି ଦ୍ୱିତୀୟ ଦିନରେ ମଧ୍ୟ ଜୋର୍ଦାର ଧରପଗଡ ହୋଇଛି । ୨୪ ଘାଂଟାରେ କୋଟିଏ ଟଙ୍କାରୁ ଅଧିକ ଫାଇନ୍ ଆଦାୟ ହୋଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୩,୮୭୦ ଜଣଙ୍କ ନାଁ ଚାଲାଣ କଟାଯାଇଛି ।
୩ ଜଣ ବସି ବାଇକ୍ ଚଳାଉଥିବା ବେଳେ ୧୨୬ ଜଣ ଧରାପଡିଛନ୍ତି । ସେହିପରି ମୋବାଇଲରେ କଥା ହେଉଥିବା ବେଳେ ୪୮ଜଣଙ୍କୁ ପୋଳିସ ଧରିଛି । ଅନ୍ୟପଟେ ବିନା ହେଲମେଟ୍ରେ ୧୮୩୧ ଜଣ, ଦ୍ରୁତ ଗାଡି ଚାଳନା ପାଇଁ ୨୭୭ ଜଣ, ମଦ ପିଇ ଗାଡି ଚଳାଉଥିବା ବେଳେ ୨୪ ଜଣ, ବିନା ସିଟ୍ ବେଲ୍ଟରେ ଗାଡି ଚଳାଉଥିବା ୩୪୯ ଜଣଙ୍କଠାରୁ ଫାଇନ ଆଦାୟ କରାଯାଇଛି । ମଦ ପିଇ ଗାଡି ଚଳାଉଥିବା ଲୋକଙ୍କ ବିରୋଧରେ ପୋଲିସ ସିଧା ମାମଲା ରୁଜୁ କରିଛି ।
ଆର୍ଟିଓ ୧,୭୫୮ ଜଣଙ୍କଠାରୁ ୮୮ ଲକ୍ଷ ଟଙ୍କା ଆଦାୟ କରିଛି । ସେହିପରି ପୋଲିସ ୨,୧୧୨ ଜଣଙ୍କ ଠାରୁ ୧୮ ଲକ୍ଷ ଟଙ୍କା ଆଦାୟ କରିଛି । ଅନ୍ୟପଟେ ଆଜି ଭୁବନେଶ୍ୱରରେ ଘରୋଇ ଶିକ୍ଷାନୁଷ୍ଠାନର ଦୁଇଟି ବସ୍କୁ ସିଜ୍ କରାଯାଇଛି । ଉଭୟ ଗାଡି ନାଁରେ ୫୧ ହଜାର ଟଙ୍କାର ଚାଲାଣ କାଟିଛି ପରିବହନ ବିଭାଗ ।
BREAKING NEWS
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ
- ‘ଇ-ସଞ୍ଚାର ଆପ୍’ର ଶୁଭାରମ୍ଭ;ଖୁବଶୀଘ୍ର ଆସିବ ସାମାଜିକ ଗଣମାଧ୍ୟମ ନୀତି
- ମାଡ଼ି ଆସୁଛି ଆଉ ଏକ ଲଘୁଚାପ;୧୪ରୁ ରାଜ୍ୟରେ ଝଡି ବର୍ଷା ସମ୍ଭାବନା
- କୋହଲିଙ୍କ ସ୍ଥାନରେ ପାର୍ଥୀବ ହୋଇଥାନ୍ତେ ଅଧିନାୟକ
- ପଶ୍ଚିମବଙ୍ଗ ଉପନିର୍ବାଚନ: ନନ୍ଦୀଗ୍ରାମ ଓ ରେଜିନଗରରେ ବିଜେପିର ବାଜିମାତ; ମୁସଲିମ ବହୁଳ ଅଞ୍ଚଳରେ ଶୁଭେନ୍ଦୁଙ୍କ ବଡ଼ ବିଜୟ
- ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ୨୦୨୬: ଓହରିଗଲା ପାକିସ୍ତାନ, ବାଂଲାଦେଶକୁ ମିଳିଲା ସୁଯୋଗ
- ସିଓଇର ଚାଂଚଲ୍ୟକର ରିପୋର୍ଟ ପଡିଲା ପଦାରେ
- Nobel Peace Prize 2026:ଟ୍ରମ୍ପ ନିରାଶ;ଭାରତୀୟ ବଂଶୋଦ୍ଭବ ନାଭି ପିଲ୍ଲାଇଙ୍କୁ ନୋବେଲ ଶାନ୍ତି ପୁରସ୍କାର

Comments are closed.