Latest Odisha News

BREAKING NEWS

କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ଗସ୍ତକୁ ନେଇ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଦୀଙ୍କ ଗସ୍ତକୁ ନେଇ କମିଶନରେଟ ପୋଲିସ ପକ୍ଷରୁ ସମୀକ୍ଷା । ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ଯାଏଁ ମୁତୟନ ହେବେ ୧୫ ପ୍ଲାଟୁନ ଫୋର୍ସ । ୬ ଡିସିପି ଓ ଅତିରିକ୍ତ ଡିସିପି ସୁରକ୍ଷା ଦାୟିତ୍ବରେ ନିୟୋଜିତ ରହିବେ । ୧୦ ଏସପି, ୧୯ ଇନ୍ସପେକ୍ଟର, ୬୯ ଏସଆଇ ସୁରକ୍ଷା ଦାୟିତ୍ବରେ ରହିବେ । ଟ୍ରାଫିକ ନିୟନ୍ତ୍ରଣ ପାଇଁ ୫୬ କନେଷ୍ଟବଳ, ୧୧ ହାବିଲଦାର ରହିବେ । ଡଗ୍ ସ୍କ୍ବାର୍ଡ ଓ ବୋମା ନିଷ୍କ୍ରିୟକାରୀ ସ୍କ୍ବାର୍ଡ ମଧ୍ୟ ରହିବେ ।

ଏହା ସହ କେନ୍ଦ୍ରୀୟ  ସୁରକ୍ଷା ଟିମ୍, ଯାଜପରୁ ଜିଲ୍ଲାପାଳ, ଏସପି, ରାଜ୍ୟ ପୋଲିସର ବରିଷ୍ଠ ଅଧିକାରୀ ସଭାସ୍ଥଳରେ ପହଂଚି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ୫ ତାରିଖ ଦିନ ତେଲେଙ୍ଗାନାରୁ କାର୍ଯ୍ୟକ୍ରମ ସାରି ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ଣରେ ଭୁବନେଶ୍ବରରେ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ଚଣ୍ଡିଖୋଲ ଯିବାର କାର୍ଯ୍ୟକ୍ରମ ରହିଛି । ଏକ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବା ସହ ଏକ ସାଧାରଣ ସଭାରେ ଯୋଗଦେବେ । ସେଠାରୁ କାର୍ଯ୍ୟକ୍ରମ ସରିବା ପରେ ପ୍ରଧାନମନ୍ତ୍ରୀ ସନ୍ଧ୍ୟାରେ ଭୁବନେଶ୍ବର ଆସି ବିମାନ ଯୋଗେ କୋଲକାତା ଅଭିମୁଖେ ଯାତ୍ରା କରିବେ । ଚଣ୍ଡିଖୋଲ- ପାରାଦୀପ ଜାତୀୟ ରାଜପଥର ୮ ଥାକିଆ ରାସ୍ତାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ତୈଳ ଓ ଗ୍ୟାସ, ରେଳବାଇ ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରରେ ଅନେକ ପ୍ରକଳ୍ପର ଲୋକର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ ମନୋଇଥିଲିନ୍ ଗ୍ଲାଇକୋଲ ପ୍ରକଳ୍ପର ମଧ୍ୟ ଉଦଘାଟନ କରିବେ । ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ଯାଏଁ ୩୪୪ କିମି  ପାଇପ ଲାଇନର ହେବ ଉଦଘାଟନ । ୧୬୨ କିମିର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀ କରଣର ଉଦଘାଟନ କାର୍ଯ୍ୟକ୍ରମ ରହିଛି । କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର ମଧ୍ୟରେ ନୂଆ ଟ୍ରେନ କେନ୍ଦୁଝରଗଡ଼ ରେଳ ଷ୍ଟେସନରୁ କରିବେ ଶୁଭାରମ୍ଭ ।

ଆଜିଠାରୁ ୬ ତାରିଖ ପର୍ଯ୍ୟନ୍ତ ୫ଟି ରାଜ୍ୟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ । ଏହି ଗସ୍ତରେ ୧ଲକ୍ଷ ୧୦ ହଜାର କୋଟିର ପ୍ରକଳ୍ପ ଭେଟିଦେବା ନେଇ ପ୍ରଧାନମନ୍ତ୍ରୀ ଟ୍ବିଟ କରି ଜଣାଇଛନ୍ତି ।

 

Leave A Reply

Your email address will not be published.