ବ୍ରହ୍ମପୁର: ବିନାୟକ ଆଚାର୍ଯ୍ୟ କଲେଜରେ ଜଣେ ଛାତ୍ରୀଙ୍କ ଅସଦାଚରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଥିଲେ ସେହି କଲେଜର ଯୁକ୍ତ ତିନି ଦ୍ବିତୀୟ ବର୍ଷର ଛାତ୍ର ଅଭିଷେକ ନାୟକ। ତାଙ୍କୁ ପୋଲିସ ଗିରଫ କରିସାରିଛି। ତେବେ ଛାତ୍ର ବିଜୁ ଛାତ୍ର ଜନତା ଦଳ ତରଫରୁ ବିନାୟକ ଆଚାର୍ଯ୍ୟ କଲେଜର କ୍ୟାମ୍ପସର କମିଟିର ସଂଯୋଜକ ଥିଲେ ଅଭିଷେକ। ଏହି କଥା ପଦାକୁ ଆସିବା ପରେ ବିବାଦ ସୃଷ୍ଟି ହୋଇଥିଲା। ଦଳକୁ ବିଭିନ୍ନ ବର୍ଗରୁ ତୀବ୍ର ସମାଲୋଚନା କରାଯାଇଥିଲା। ସବୁଆଡ଼ୁ ନିନ୍ଦିତା ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଦଳ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଏନେଇ ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। କିନ୍ତୁ ଏଥିରେ ବୁଧବାର(୧୬ ତାରିଖ) ଲେଖା ହୋଇଛି। ମଙ୍ଗଳବାର ଛାତ୍ରୀଙ୍କୁ ଅସଦାଚରଣ ନେଇ ଘଟଣା ସାମ୍ନାକୁ ଆସିଥିଲା। ସମାଲୋଚନାର ବର୍ତ୍ତିବା ପାଇଁ ନିଲମ୍ବନ ଆଦେଶରେ ପିଛିଲା ତାରିଖ ଲେଖା ଯାଇଥିବା ନେଇ ଆଲୋଚନା ହେଉଛି। ଅନ୍ୟପଟେ ବ୍ରହ୍ମପୁର ମହାନଗର ଛାତ୍ର ଜନତା ଦଳ ତରଫରୁ କଲେଜର ଅଧ୍ୟକ୍ଷ ଏବଂ ବ୍ରହ୍ମପୁର ଏସ୍ପିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି। ସଭାପତି ସୋଭନ ନାୟକ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।
BREAKING NEWS
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ

Comments are closed.