Latest Odisha News

BREAKING NEWS

ଭୀମ ଭୋଇ ମେଡିକାଲ କଲେଜରେ ଅଘଟଣ, ହଷ୍ଟେଲ ଛାତରୁ ଖସି ଡାକ୍ତରୀ ଛାତ୍ର ମୃତ

ବଲାଙ୍ଗିର: ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜରେ ଅଘଟଣ । ହଷ୍ଟେଲ ଛାତରୁ ପଡ଼ି ଜଣେ ଡାକ୍ତର ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତ ଛାତ୍ରଙ୍କ ଜଣଙ୍କ ହରିୟାଣାର ହୋଇଥିବା ବେଳେ ତାଙ୍କ ନାଁ ନିଶାନ୍ତ କୁମାର । ପ୍ରଥମ ବର୍ଷର ମେଡିକାଲ ଛାତ୍ର ଥିଲେ ନିଶାନ୍ତ ।

ନିଶାନ୍ତ କଲେଜର ନ୍ୟୁ ବଏଜ୍ ହଷ୍ଟେଲରେ ରହୁଥିଲେ । ମିଳିଥିବା ସୂଚନା ଅନୁଯାୟୀ, ଆଜି ସେ ମଧ୍ୟାହ୍ନ ଭୋଜନ କରିବା ପରେ ଛାତ ଉପରକୁ ଯାଇଥିଲେ । କିନ୍ତୁ ସେଠାରେ କ’ଣ ଘଟିଲା, ସେ କେମିତି ଛାତରୁ ପଡ଼ିଗଲେ, ତାହା କେହି ଜାଣି ନାହାନ୍ତି । ହଷ୍ଟେଲର ସାତ ମହଲା କୋଠାରୁ ପଡ଼ି ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଏହା ଆତ୍ମହତ୍ୟା ନା ଅଘଟଣ ଏଯାଏ ସ୍ପଷ୍ଟ ହୋଇନି ।

Leave A Reply

Your email address will not be published.