ଯାଜପୁର : ଶିକ୍ଷକ ନିଯୁକ୍ତି ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ। ମଙ୍ଗଳପୁର ରାସ୍ତା ବାଳାଶ୍ରେମ ନିକଟରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ । ଯାଜପୁର ପୌରପାଳିକା ଅନ୍ତର୍ଗତ ଉତ୍କଳ ବାଳାଶ୍ରମ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକୀୟ ଶିକ୍ଷକ ନଥିବାରୁ ଛାତ୍ରଛାତ୍ରୀ ମାନେ ଦୀର୍ଘଦିନ ହେବ ପାଠ ପଢିବାରେ ହଇରାଣ ହେଉଥିଲେ । ବାରମ୍ବାର ବିଭାଗୀୟ କତ୍ତୃପକ୍ଷଙ୍କୁ ଜଣାଇଲେ ମଧ୍ୟ କୌଣସି ସୁଫଳ ମିଳୁନଥିବାରୁ ଆଜି ସ୍କୁଲର ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକ ମାନେ ଯାଜପୁର ମଙ୍ଗଳପୁର ରାସ୍ତାରେ ଧାରଣା ଦେଇଛନ୍ତି । ରାସ୍ତା ଅବରୋଧ ହେବା ଫଳରେ ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ଘଟଣାସ୍ଥଳରେ ଯାଜପୁର ପୌରପାଳିକାର ଉପାଧ୍ୟକ୍ଷ ପହଞ୍ଚି ବୁଝାସୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
BREAKING NEWS
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
Comments are closed.