ଯାଜପୁର: ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅନ୍ତର୍ଗତ ନୀଳକଣ୍ଠେଶ୍ୱର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭ଟି ଶ୍ରେଣୀରେ ୧୧୪ ଜଣ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଉଛନ୍ତି ମାତ୍ର ଜଣେ ଶିକ୍ଷକ । ଫଳରେ ପାଠପଢାରେ ବ୍ୟାଘାତ ହେଉଛି । ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀ ବାରମ୍ବାର ଦାବି କଲେ ମଧ୍ୟ କେହି ତାଙ୍କ କଥା ଶୁଣୁ ନାହାନ୍ତି । ତେଣୁ ବାଧ୍ୟ ହୋଇ ଆଜି ଛାତ୍ରଛାତ୍ରୀ ଓ ଅଭିଭାବକ ରାଜରାସ୍ତାକୁ ଓହ୍ଲାଇଛନ୍ତି । ସେମାନେ ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ସମ୍ମୁଖରେ ଧାରଣାରେ ବସିଛନ୍ତି ।
ନୀଳକଣ୍ଠେଶ୍ୱର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏଁ ୧୧୪ ଜଣ ଛାତ୍ରଛାତ୍ରୀ ପାଠ ପଢ଼ନ୍ତି । କିନ୍ତୁ ଏହି ସ୍କୁଲରେ ଏବେ ଜଣେ ମାତ୍ର ଶିକ୍ଷକ ଅଛନ୍ତି । କିଛିି ମାସ ମଧ୍ୟରେ ଦୁଇ ଜଣ ଶିକ୍ଷକ ଅବସର ନେବା ପରେ ତାଙ୍କ ବଦଳରେ ଅନ୍ୟ ଶିକ୍ଷକଙ୍କୁ ନିଯୁକ୍ତି ମିଳିନାହିଁ । ଶିକ୍ଷକ ନ ଥିବାରୁ ପିଲାମାନେ ଗୋଟେ ମାତ୍ର କ୍ଳାସ କରି ବାକି ସମୟ ଖେଳୁଥିବା ଅଭିଭାବକ ଅଭିଯୋଗ କରିଛନ୍ତିି । ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଅଭିଭାବକ ଓ ଛାତ୍ରଛାତ୍ରୀ ଧାରଣାରେ ବସିଥିଲେ । ଶିକ୍ଷକ ଅବସର ପରେ ପୁନଃନିଯୁକ୍ତି ହୋଇନାହିଁ । ୭ ଦିନ ମଧ୍ୟରେ ନୂତନ ଶିକ୍ଷକ ଦେବା ପାଇଁ ବ୍ୟବସ୍ଥା କରୁଛୁ ବୋଲି ବିଇଓ କହିଛନ୍ତି ।
BREAKING NEWS
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି

Comments are closed.