Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ଦୁଇ ବର୍ଷ ପରେ ଅଫଲାଇନରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ

ରାୟଗଡା : ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ସମ୍ମେଟିଭ-୨ ପରୀକ୍ଷା ଦେଉଛନ୍ତି ପ୍ରାୟ ୫ଲକ୍ଷ ୮୫ହଜାର ଛାତ୍ରଛାତ୍ରୀ । ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୦ଟାରେ ଶେଷ ହୋଇଛି । ଏଥିପାଇଁ ପରୀକ୍ଷାର ଅଧଘଂଟା ପୂର୍ବରୁ ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିଛନ୍ତି । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ କାରଣରୁ ସମସ୍ତ ପରୀକ୍ଷାଗୁଡିକୁ ଗୋଟିଏ ସିଟିଂରେ ସୀମିତ ରଖାଯାଇଛି । କପି ରୋକିବା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଦୁଇ ବର୍ଷ ପରେ ଛାତ୍ରଛାତ୍ରୀମାନେ ଅଫଲାଇନରେ ପରୀକ୍ଷା ଦେଉଛନ୍ତି । ଚଳିତଥର ଛାତ୍ରଛାତ୍ରୀମାନେ ନିଜ ବିଦ୍ୟାଳୟ ବା ନିକଟତମ ବିଦ୍ୟାଳୟରେ ପରୀକ୍ଷା ଦେବାର ବ୍ୟବସ୍ଥା ହୋଇଛି । କପି ରୋକିବା ଚାରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା ରହିଛି । ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ ଏବଂ ଜିଲ୍ଲାପାଳଙ୍କ ନେତୃତ୍ୱରେ ସ୍କ୍ୱାଡ୍ ଗଠନ କରାଯାଇଛି ।

ସେହିଭଳି ରାୟଗଡ଼ା ଡମ୍ବସରା ଉଚ୍ଚବିଦ୍ୟାଳୟରେ ମଧ୍ୟ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ର ରେ୧୫୫ ଜଣ ପରୀକ୍ଷାର୍ଥୀ ଙ୍କ ମଧ୍ୟ ରୁ ୧୪୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଥିବା ଜଣାପଡିଛି ।

ଏପ୍ରିଲ ୨୯ରୁ ମେ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ । ସରକାରୀ ଗାଇଡ଼ ଲାଇନ ଅନୁଯାୟୀ ପାନୀୟ ଜଳ ବ୍ୟବସ୍ଥା ଠାରୁ ଆରମ୍ବ କରି କୋଭିଡ ଗାଇଡ଼ ଲାଇନ ରେ ଚାଲିଛି ପରୀକ୍ଷା । ସମସ୍ତ ନୋଡାଲ କେନ୍ଦ୍ର ରେ ପୋଲିସ ମୃତୟନ ହେବା ସହ ପ୍ରଚୁର ପରିମାଣ ରେ ଓ ଆରଏସ ର ବ୍ୟବସ୍ଥା ମଧ୍ୟ କରାଯାଇଛି ।

Leave A Reply

Your email address will not be published.