Latest Odisha News

BREAKING NEWS

ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ଛାତ୍ରଛାତ୍ରୀ

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲୁକାପଡା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହେବା ଭଳି ଅଭାବନୀୟ ଘଟଣା ନଜରକୁ ଆସିଛି ।

ମିଳିଥିବା ସୂଚନାନୁଯାୟୀ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇଥିବା ଅବିଭାବକମାନେ ଅଭିଯୋଗ କରିଛନ୍ତି । ସବୁଦିନ ପରି ଆଜି ମଧ୍ୟ ସ୍କୁଲର ସମସ୍ତ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇଥିଲେ । ଖାଇସାରିବା ପରେ ଅନେକ ଛାତ୍ରଛାତ୍ରୀ ଅସୁସ୍ଥ ଅନୁଭବ କରିଥିଲେ ।

ଘଟଣା ସମ୍ପର୍କରେ ଅବଗତ ହେବା ପରେ ଛାତ୍ରଛାତ୍ରୀମାନଙ୍କୁ ମନମୁଣ୍ଡା ପ୍ରାଥମିକ ଚିକିତ୍ସାଳୟକୁ ନିଆଯାଇଥିଲା । ପରେ ପ୍ରାୟ ୧୨ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ଛାତ୍ରଛାତ୍ରୀମାନଙ୍କ ଅବସ୍ଥା ଠିକ୍ ଅଛି ବୋଲି କହିଛନ୍ତି ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ।

ତେବେ ଏନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଭାବକମାନେ ଦାବି କରିଥିବା ଜଣାପଡିଛି।

Leave A Reply

Your email address will not be published.