ଗଞ୍ଜାମ: ଘରୋଇ ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏକ ଘରୋଇ ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ମୃତଦେହ ଉଦ୍ଧାର କରିଛନ୍ତି ଗୋଳନ୍ଥରା ଥାନା ପୋଲିସ ।
ଅନ୍ୟପଟେ ଛାତ୍ରଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ଏହି ଘଟଣା ଘଟିଥିବା ଛାତ୍ରୀଙ୍କ ମାମୁଁ ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ,ସାଙ୍ଗମାନେ ପ୍ରଥମେ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ । ଏହାପରେ ସେମାନେ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରି MKCG ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ।
ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।
Comments are closed.