ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ୫ଲକ୍ଷ ୬୦ ହଜାର ୮୯୧ ପାରୀକ୍ଷାର୍ଥୀ ପାରୀକ୍ଷା ଦେବେ । ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଏଥିପାଇଁ ୩୦୭ ନୋଡାଲ ସେଂଟର ଓ ୨୮୮୮ ପରୀକ୍ଷା କେନ୍ଦ୍ର ଧାର୍ଯ୍ୟ ହୋଇଛି ।
ସେହିପରି ଏକ ହଜାର ସମ୍ବେଦନଶୀଳ କେନ୍ଦ୍ର ସିସିଟିଭି ନଜରରେ ରହିବ । ୨୨ଟି ପୋଲିସ ଷ୍ଟେସନକୁ ମଧ୍ୟ ନୋଡାଲ ସେଂଟର କରିବାକୁ ନିଷ୍ପତି ହୋଇଛି । ପରୀକ୍ଷା ପାଇଁ ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି । ନୋଡାଲ ସେଂଟରଗୁଡିକ ୨୪ ଘାଂଟିଆ ସୁରକ୍ଷା ବ୍ୟବସ୍ଥାରେ ରହିବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି ।
ଆସନ୍ତା ୪ରୁ ୧୨ ତାରିଖ ମଧ୍ୟରେ ସୁପରିଟେଣ୍ଡେଂଟ ଓ ନୋଡାଲ ଇନ୍ଚାର୍ଜଙ୍କୁ ତାଲିମ ଦିଆଯିବ । ମାଟ୍ରିକ ପରୀକ୍ଷା ଆରମ୍ଭ ଦିନ ସାହିତ୍ୟ ପରୀକ୍ଷା ହେବ । ସେହିପରି ୨୨ରେ ଇଂରାଜୀ, ୨୪ରେ ସଂସ୍କୃତ ଏବଂ ହିନ୍ଦୀ, ୨୬ରେ ଗଣିତ, ୨୮ରେ ସାଧାରଣ ବିଜ୍ଞାନ ପରୀକ୍ଷା ହେବ । ସକାଳ ୧୦ଟାରୁ ଦିନ ୧୨.୩୦ ମିନିଟ୍ ପର୍ଯ୍ୟନ୍ତ ପରୀକ୍ଷା ପାଇଁ ପରୀକ୍ଷାର୍ଥୀଙ୍କୁ ସମୟ ମିଳିବ । ତେବେ ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ୍ ସମୟ ମିଳିବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ
- ପୂନର୍ବାର ଚର୍ଚ୍ଚାରେ ପନ୍ତ-ଗୋୟଙ୍କାଙ୍କ ଆଲୋଚନା
- ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
Comments are closed.