ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ୫ଲକ୍ଷ ୬୦ ହଜାର ୮୯୧ ପାରୀକ୍ଷାର୍ଥୀ ପାରୀକ୍ଷା ଦେବେ । ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଏଥିପାଇଁ ୩୦୭ ନୋଡାଲ ସେଂଟର ଓ ୨୮୮୮ ପରୀକ୍ଷା କେନ୍ଦ୍ର ଧାର୍ଯ୍ୟ ହୋଇଛି ।
ସେହିପରି ଏକ ହଜାର ସମ୍ବେଦନଶୀଳ କେନ୍ଦ୍ର ସିସିଟିଭି ନଜରରେ ରହିବ । ୨୨ଟି ପୋଲିସ ଷ୍ଟେସନକୁ ମଧ୍ୟ ନୋଡାଲ ସେଂଟର କରିବାକୁ ନିଷ୍ପତି ହୋଇଛି । ପରୀକ୍ଷା ପାଇଁ ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି । ନୋଡାଲ ସେଂଟରଗୁଡିକ ୨୪ ଘାଂଟିଆ ସୁରକ୍ଷା ବ୍ୟବସ୍ଥାରେ ରହିବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି ।
ଆସନ୍ତା ୪ରୁ ୧୨ ତାରିଖ ମଧ୍ୟରେ ସୁପରିଟେଣ୍ଡେଂଟ ଓ ନୋଡାଲ ଇନ୍ଚାର୍ଜଙ୍କୁ ତାଲିମ ଦିଆଯିବ । ମାଟ୍ରିକ ପରୀକ୍ଷା ଆରମ୍ଭ ଦିନ ସାହିତ୍ୟ ପରୀକ୍ଷା ହେବ । ସେହିପରି ୨୨ରେ ଇଂରାଜୀ, ୨୪ରେ ସଂସ୍କୃତ ଏବଂ ହିନ୍ଦୀ, ୨୬ରେ ଗଣିତ, ୨୮ରେ ସାଧାରଣ ବିଜ୍ଞାନ ପରୀକ୍ଷା ହେବ । ସକାଳ ୧୦ଟାରୁ ଦିନ ୧୨.୩୦ ମିନିଟ୍ ପର୍ଯ୍ୟନ୍ତ ପରୀକ୍ଷା ପାଇଁ ପରୀକ୍ଷାର୍ଥୀଙ୍କୁ ସମୟ ମିଳିବ । ତେବେ ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ୍ ସମୟ ମିଳିବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.