Latest Odisha News

BREAKING NEWS

Subhadra Yojana: କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା;୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ…

ଭୁବନେଶ୍ୱର:ଆସନ୍ତାକାଲି ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେମାନଙ୍କ ମଧ୍ୟରୁ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୫ ହଜାର କୋଟିରୁ ଅଧିକ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ। ପୁରୀର ତାଳବଣିଆ ଠାରେ ଆୟୋଜନ ହେବ ବିଶାଳ କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ସମସ୍ତ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ।

୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ଟଙ୍କା ପାଇବେ । ଗ୍ରୀଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗରୁ ୩୬ ହଜାର ୩୮୫ ଜଣ ସୁଭଦ୍ରା ଟଙ୍କା ପାଇବେ ।

ଏପ୍ରିଲ ମାସରେ ଯାହାକୁ ୨୧ ବର୍ଷ ହୋଇଥିବ । ସେମାନେ ଆବେଦନ କରିପାରିବେ। ୬୦ ଟପିଲେ ପେନ୍‌ସନ ଲିଷ୍ଟକୁ ଯିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.