ଭୁବନେଶ୍ବର: ସୁଭଦ୍ରା କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପଡେଟ୍ । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ନୂଆ ଭାବେ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ପାଇବେ ପ୍ରଥମ କିସ୍ତି । ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ବି ଏକା ଥରକେ ପାଇବେ ଦୁଇଟି କିସ୍ତି ।
ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି । ମୋଟ ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।